ସୁନ୍ଦରଗଡ ଜିଲ୍ଲାରେ ବଡ ଦୁର୍ଘଟଣା, 5ଜଣଙ୍କର ମୃତ୍ୟୁ

ବଣାଇ : ବସ୍ -ଟ୍ରକ୍ ମଧ୍ୟରେ ଧକ୍କା । ୫ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ଼ ଜିଲ୍ଲା କୋଇଡା ବ୍ଲକ୍ କେ.ବଲାଙ୍ଗ ଥାନା ନିକଟ ଜାତୀୟ ରାଜପଥ ୫୨୦ ଠାରେ ରାଉରକେଲାରୁ କୋଇଡାକୁ ଆସୁଥିବା ଏକ ଘରୋଇ ବସ୍ ‘ଲିଙ୍ଗରାଜ’ ଅପରପାର୍ଶ୍ବରୁ ଆସୁଥିବା ଏକ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ୫ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି କଟର୍ ସାହାଯ୍ୟରେ କାଟି ଯାତ୍ରୀ ମାନଙ୍କୁ ବାହାର କରୁଛନ୍ତି ।

Comments (0)
Add Comment