ବରମୁଣ୍ଡା ଅନ୍ତଃରାଜ୍ୟ ବସ ଟର୍ମିନାଲ ନିର୍ମାଣର ସମୀକ୍ଷା କଲେ ୫-ଟି ସଚିବ,ମାର୍ଚ୍ଚ ୨୦୨୩ ସୁଦ୍ଧା କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ଅନ୍ତଃ ରାଜ୍ୟ ବସ ଟର୍ମିନାଲ ରାଜ୍ୟର ବ୍ୟସ୍ତ ବସ ଟର୍ମିନାଲ । ପ୍ରତିଦିନ ଏଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଶହଶହ ବସ ଚଳାଚଳ କରିଥାଏ ।ଯାତ୍ରୀଙ୍କ ସୁବିଧା, ନିରାପତ୍ତା ତଥା ଆବଶ୍ୟକତାକୁ ଦୃଷ୍ଟିରେ ରଖି ୫-ଟି ଉପକ୍ରମରେ ଏହି ବସ ଟର୍ମିନାଲର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଅନୁଯାୟୀ କାମ ଚାଲିଛି ।


ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭିକେ ପାଣ୍ଡିଆନ ଆଜି ଅପରାହ୍ନରେ ବିଡିଏ ଉପାଧ୍ୟାକ୍ଷ ସଞ୍ଜୟ ସିଂହଙ୍କ ସହ ବରମୁଣ୍ଡା ଯାଇ ଆଇଏସବିଟି ଓ ବସ ଡିପୋ କାମର ଅଗ୍ରଗତି ସମୀକ୍ଷା କରିଥିଲେ । ଆସନ୍ତା ମାର୍ଚ୍ଚ ୨୦୨୩ ସୁଦ୍ଧା ଆଇଏସ୍‌ବିଟି କାମ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।ବସ ଡିପୋ କାମ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଆଇଏସ୍‌ବିଟି କାମର ଅଗ୍ରଗତି ସନ୍ତୋଷଜନକ ରହିଛି ।ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୧୮୦ କୋଟି ଟଙ୍କା ବ୍ୟୟରେ ୧୧.୪୮ ଏକର ଜମି ଉପରେ ନିର୍ମିତ ଆଇଏସ୍‌ବିଟି ବରମୁଣ୍ଡାରେ ପାର୍କିଙ୍ଗ ଏଟିଏମ, ଫୁଡ୍‌ କୋର୍ଟ, ଦୋକାନ ରେଷ୍ଟୁରାଣ୍ଟ, ବ୍ୟବସାୟୀଙ୍କ ସ୍ଥଳୀ ଅତ୍ୟାଧୁନିକ ବ୍ୟବସ୍ଥା କରାଯାଉଛି । ସେଠାରୁ ଶହେରୁ ଅଧିକ ବସ ଚଳାଚଳର ବ୍ୟବସ୍ଥା କରାଯାଇଛି ।

Comments (0)
Add Comment