ଭୁବନେଶ୍ୱର:ମହାଲିଙ୍ଗି ମିଷ୍ଟ୍ରିରେ ପୁଣି ଆଉ ଏକ ବଡ଼ ଖବର ସାମ୍ନାକୁ ଆସିଛି । କାର ଭିତରେ ହିଁ ମମିତାଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି । ଓଡି-୦୮କେ- ୧୦୦୨ ନମ୍ବର ବିଶିଷ୍ଟ କାରରେ ହିଁ ହତ୍ୟା କରାଯାଇଥିବା ସୂଚନା ମିଳିଛି । ଗତ ୮ ତାରିଖରେ ମମିତାଙ୍କୁ କାରରେ ନେଇ ଆସିଥିଲା ଗୋବିନ୍ଦ ସାହୁ । କାର ଭିତରେ ହିଁ ମମିତାଙ୍କ ସହ ଗୋବିନ୍ଦର ବଚସା ହୋଇଥିଲା । ବଚସା ପରେ କାରରେ ମମିତାଙ୍କୁ ଗୋବନ୍ଦ ହତ୍ୟା କରିଥିବା ସୂଚନା ମିଳିଛି । ହତ୍ୟା ପରେ ୮ ତାରିଖ ବିଳମ୍ବିତ ରାତିରେ ମୃତଦେହକୁ ପୋତା ଯାଇଥିଲା । ୧୪ ତାରିଖରେ କାରକୁ ଜବତ କରିଥିଲା ପୁଲିସ । ଜବତ କାରରୁ ଗୋଟିଏ ପାଉଁଜି ଓ ପେଟ୍ରୋଲ ଜାର ମିଳିଥିଲା । ଗତକାଲି ମିଳିଥିବା ମୃତଦେହ ନିକଟରୁ ଗୋଟିଏ ପାଉଁଜି ମିଳିଥିଲା । ତେବେ ୬ ତାରିଖରେ ହିଁ ଗାତ ଖୋଳାଯାଇଥିବା ସୂଚନା ମିଳିଛି । ତେଣୁ ମମିତାଙ୍କୁ ହତ୍ୟା ନେଇ ପୂର୍ବରୁ ଗୋବିନ୍ଦ ଯୋଜନା କରିଥିଲା ।
ଗୋବିନ୍ଦ ସାହୁ ଅପରାଧ ସ୍ୱୀକାର କରିଥିବା ସୂଚନା ମିଳିଛି । ଜେରା ବେଳେ ପୁଲିସ ଆଗରେ ଗୋବିନ୍ଦ ସାହୁ ମମିତାଙ୍କୁ ହତ୍ୟା କରିଥିବା ନେଇ ସୂଚନା ମିଳିଛି । ଗୋବିନ୍ଦ ସାହୁଙ୍କ ସମେତ ୪ ଜଣଙ୍କୁ ପୁଲିସ ଅଟକ ରଖି ପଚରାଉଚୁରା କରୁଛି । ପୁଲିସର ଘନ ଘନ ଜେରା ପରେ ଗୋବିନ୍ଦ ମମିତାଙ୍କୁ ହତ୍ୟା କରିଥିବା ସ୍ୱୀକାର କରିଥିବା ସୂଚନା ମିଳିଛି । ଗୋବିନ୍ଦଙ୍କ ସହଯୋଗୀ ରାଧେ, ଜେସିବି ଡ୍ରାଇଭର ଓ ଷ୍ଟାଡିୟମ ମୁନସିଙ୍କୁ ଅଟକ ରଖାଯାଇଛି ।