ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୫୫୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କଟକରୁ ୧୦, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୬, ଯାଜପୁରରୁ ୫, ଗଞ୍ଜାମ, ପୁରୀ ଓ ଜଗତସିଂହପୁରରୁ ୪ ଜଣ ଲେଖାଏଁ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା ଓ ମୟୁରଭଞ୍ଜରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେଓଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ, ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୦ଜଣ, ବାଲେଶ୍ୱର ଜିଲ୍ଲାରୁ ୯୭ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୪୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୪୧ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୩ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୬୭ଜଣ, ଯାଜପୁର ଜିଲ୍ଲାରୁ ୭୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୭୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନାଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୮୨ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮ଜଣ, ଷ୍ଟେଟ ପୁଲ୍ରୁ ୧୦୩ଜଣ ରହିଛନ୍ତି ।