ଭୁବନେଶ୍ୱର : ରାଜ୍ୟରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଅନୁଗୁଳ, କଟକ, ଜଗତସିଂହପୁର,କେନ୍ଦ୍ରପଡ଼ା, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୫୦୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୮୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୯୮୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୭୩୦୧୮୦ସାମ୍ପୁଲ ଟେଷ୍ଟ୍ ହୋଇଛି ।