ଭୁବନେଶ୍ୱର : ରାଜ୍ୟରେ ଆଉ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ କଟକ ଓ ଜଗତସିଂହପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୯୪ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୯୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୪୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୨୭୮୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୧୭୫୪୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।