କରୋନା ନେଲା ଆଉ ୪ ଜଣଙ୍କ ଜୀବନ

ଭୁବନେଶ୍ୱର : ରାଜ୍ୟରେ ଆଉ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ପୁରୀ, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୦୫ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୭୯୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୫୦୨୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୪୫୧୨୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment