କରୋନା ନେଲା ଆଉ ୭ ଜଣଙ୍କ ଜୀବନ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଢେଙ୍କାନାଳ, ଜଗତସିଂହପୁର, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୯୯୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୬୫୯୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୪୪୩୬୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment