ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ୦୬।୧୧ : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୩ ଜଣ ପଜିଟିଭ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୨୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୧୫୧ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୩୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୧୪୨୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୩୪୮୩୮୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment