ରାଜ୍ୟର ୧୧ଟି ଜିଲ୍ଲାରେ କୁହୁଡି ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଂଟାରେ ରାଜ୍ୟର ୧୧ଟି ଜିଲ୍ଲାରେ କିଛି ସ୍ଥାନରେ କୁହୁଡ଼ି ହେବାର ସମ୍ଭାବନା ରହିଛି । ଏଥି ପାଇଁ ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି,ମୟୁରଭଞ୍ଜ ଓ କୋରାପୁଟ ରହିଛି । ଏଥିସହିତ ଅଭ୍ୟାନ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ଥିବା ମଧ୍ୟ ପୂର୍ବାନୁମାନ କରାଯାଇଛି ।
ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହା ଯାଇଛି ଯେ ଡିିସେମ୍ବର ୨୭ରୁ ୨୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଆଦି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଆଶଙ୍କା ରହିଛି ।
ସେହିପରି ଉପକୂଳ ଓଡ଼ିଶାର କିଛି ସ୍ଥାନରେ କୁହୁଡି ପଡ଼ିବାର ସମ୍ଭାବନା ରହିଛି ।
ଗତ ୨୪ ଘଂଟା ମଧ୍ୟରେ ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୨୯.୮ ଡିଗ୍ରି ସେଲସିୟସ ଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୧.୦ ଡିଗ୍ରି ସେଲସିୟସ ତାପମାତ୍ରା ରେକର୍ଡ କରା ଯାଇଥିବା ପ୍ରକାଶ କରାଯାଇଛି ।

Comments (0)
Add Comment