ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ୯୬ ତମ ଜନ୍ମ ଜୟନ୍ତୀ ପାଳିତ

ପାରଳାଖେମୁଣ୍ଡି,୨୬/୧୨- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ୯୬ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଜେପି ନଗର ସଭାପତି ଜାମାଦାର ପଟ୍ଟନାୟକ, କାଶୀନଗର ବ୍ଳକ ଅଧ୍ୟକ୍ଷ, ନୃସିଂହ ଚରଣ ପଟ୍ଟନାୟକ, ବିଜେପି ସାଧାରଣ ସମ୍ପାଦକ ଜଗନ୍ନାଥ ମହାପାତ୍ର, ବିଜେପି କୃଷକ ମୋର୍ଚ୍ଚା ସଭାପତି ପ୍ରଶାନ୍ତ ପାଳ ପ୍ରମୁଖ ଉପସ୍ଥିତ ରହି ବାଜପେୟୀଙ୍କ ଫଟୋଚିତ୍ର ନିକଟରେ ପ୍ରଦୀପ ପ୍ରଜ୍ୱଳନ କରି ପୁଷ୍ପମାଲ୍ୟାର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ କୋଭିଡ ନିୟମ ଅନୁଯାୟୀ ମାସ୍କ ପିନ୍ଧି ସାମାଜିକ ଦୂରତା ରକ୍ଷା କରି ନିରାଡମ୍ବର ଭାବେ ଦଳୀୟ ନେତା ଓ କର୍ମୀଙ୍କ ଦ୍ୱାରା ପାଳନ କରାଯାଇଥିଲା ।

Comments (0)
Add Comment