ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର

ଗଜପତି,୨୮/୫- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତ ଭଣ୍ଡାର ଠାରେ ଆଜି ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ମୋ ପରିବାର ଜୀବନବିନ୍ଦୁର ଜିଲ୍ଲା ସଂଯୋଜିକା ଶ୍ରୀମତୀ ଇନ୍ଦିରା ପଟ୍ଟନାୟକଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଜୁ ଜନତା ଦଳର ଜିଲ୍ଲା ସଭାପତି ପ୍ରଦୀପ ନାୟକ, ଜିଲ୍ଲା ବିଜେଡି ଯୁବ ସଭାପତି ଏସ. ଲିଙ୍ଗରାଜ, ଜିଲ୍ଲା ବିଜେଡି ଛାତ୍ର ସଭାପତି ବିଶ୍ୱଜିତ ତ୍ରିପାଠୀ, ବିଜେଡି ନଗର ସଭାପତି ସୂର୍ଯ୍ୟନାରାୟଣ ରାଜଗୁରୁ, ଯୁବ ଆଇ.ଟି. ସଂଯୋଜକ ସୁଜିତ କୁମାର ଦାସ, ଛାତ୍ର ଆଇ.ଟି.ସଂଯୋଜକ ଚାନ୍ଦୁ ମହାରଣା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୁପରିଚାଳନା କରିଥିଲେ । ଏହି ଶିବିରରେ ୨୬ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା ।

କୋଭିଡ ମହାମାରୀ ସମୟରେ ଯେପରି ରକ୍ତର ଅଭାବ ନ ହେବ ସେଥିପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି କାର୍ଯ୍ୟକ୍ରମ ଜାରି ରହିଛି । ଆଜିର ଏହି କାର୍ଯ୍ୟକ୍ରମକୁ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ରକ୍ତଦାନ କରିଥିବା ବ୍ୟକ୍ତି ବିଶେଷଙ୍କୁ ଧନ୍ୟବାଦ ଜଣାଇଛନ୍ତି । ରକ୍ତଦାନ କରିଥିବା ରକ୍ତଦାତାଙ୍କୁ ମାନପତ୍ର ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଚିକିତ୍ସା ଅଧିକାରୀ ପ୍ରଦୀପ କୁମାର ପାତ୍ର, ଡକ୍ଟର ଏନ.ରବିବାବୁ, ଖଗେଶ୍ୱର ବେହେରା ଟେକ୍ନିସିୟାନ ପ୍ରମୁଖ ସହଯୋଗ କରିଥିଲେ ।

Comments (0)
Add Comment