ପାରଳାଖେମୁଣ୍ଡି ପୌରପାଳିକା ଓ କାଶିନଗର ଏନଏସିର ଚୂଡାନ୍ତ ଭୋଟର ତାଲିକା ପ୍ରକାଶ

ପାରଳାଖେମୁଣ୍ଡି,୨୫/୨- ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପୌର ନିର୍ବାଚନ ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ନେଇ ପ୍ରକାଶ ପାଇଥିବା ବେଳେ ଗଜପତି ଜିଲ୍ଲାର ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି । ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ପୌରପାଳିକାର ଏବଂ କାଶୀନଗର ବିଜ୍ଞାପିତ ଅଞ୍ଚଳର ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି । ଗଜପତି ଜିଲ୍ଲାପାଳ ତଥା ନିର୍ବାଚନ ଅଧିକାରୀ ଶ୍ରୀ ଲିଙ୍ଗରାଜ ପଣ୍ଡା, ପୌରପାଳିକାର ଚୂଡାନ୍ତ ଭୋଟର ତାଲିକା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସିଡି ଏବଂ ଭୋଟର ତାଲିକା ଉନ୍ମୋଚନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଉପଜିଲ୍ଲାପାଳ ଦିଲ୍ଲୀପ କୁମାର ମହାରଣା,ପୌର ନିର୍ବାହୀ ଅଧିକାରୀ ଜ୍ଞାନରଞ୍ଜନ ମାଝୀ ଓ କାଶୀନଗର ନିର୍ବାହୀ ଅଧିକାରୀ ଉପସ୍ଥିତ ଥିଲେ । ସମସ୍ତ ରାଜନୈତିକ ଦଳର ପ୍ରମୁଖମାନେ ମଧ୍ୟ ଉପସ୍ଥିତ ଥିଲେ ।

Comments (0)
Add Comment