ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: କେନ୍ଦ୍ର ମନ୍ତ୍ରୀ ଅମିତ ଶାହ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆଜି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି । ଏ ସଂପର୍କରେ ନିଜେ କେନ୍ଦ୍ର ମନ୍ତ୍ରୀ ଟ୍ବିଟ କରି ସୂଚନା ଦେଇଛନ୍ତି । ସେ ଟ୍ବିଟ କରି ଲେଖିଛନ୍ତି ମୋ ଦେହରେ କୋଭିଡ-୧୯ ଲକ୍ଷଣ ଦେଖାଯିବା ପରେ ଟେଷ୍ଟ କରାଇଥିଲି । ଏହାର ରିପୋର୍ଟ ପଜିଟିଭ ଆସିଛି । ଡାକ୍ତର ଙ୍କ ପରାମର୍ଶ କ୍ରମେ ଡାକ୍ତରଖାନାରେ ଭର୍ତ୍ତି ହୋଇଛି ଓ ସୁସ୍ଥ ଅଛି।

Comments (0)
Add Comment