ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍ ଖୋଲାଯାଇଥିବା ଜଣାପଡିଛି । ଏଥି ସହିତ ବର୍ତ୍ତମାନ ଜଳଭଣ୍ଡାରରୁ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ଯୋଗୁଁ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇଥିଲା । ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାର କର୍ତ୍ତୃପକ୍ଷ ଏହି ନିଷ୍ପତ୍ତି ନେଇଛନ୍ତି ।