ବୌଦ୍ଧ ଜିଲ୍ଲାରେ ଜୁନ ୨୦ ପର୍ଯ୍ୟନ୍ତ ବଢିଲା ସ୍କୁଲ ଛୁଟି


ବୌଦ୍ଧ: ଜିଲ୍ଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଅବ୍ୟାହତ ରହିଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର, ବିଦ୍ୟାଳୟ, ମହାବିଦ୍ୟାଳୟ, ବୈଷୟିକ ଓ ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନଗୁଡ଼ିକୁ ଆସନ୍ତା ୨୦ ଜୁନ ୨୦୨୬ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଜିଲ୍ଲାପାଳ ତଥା (DDMA) ଅଧ୍ୟକ୍ଷଙ୍କ ଦ୍ୱାରା ଆଜି ଜାରି କରାଯାଇଥିବା କାର୍ଯ୍ୟାଳୟ ଆଦେଶ ଅନୁଯାୟୀ, ଏହି ସମୟ ମଧ୍ୟରେ ପୂର୍ବ ନିର୍ଦ୍ଧାରିତ ପରୀକ୍ଷାଗୁଡ଼ିକ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଚାଲିବ। ତେବେ ଗ୍ରୀଷ୍ମପ୍ରବାହର ପ୍ରଭାବ କମାଇବା ପାଇଁ ପରୀକ୍ଷାଗୁଡ଼ିକୁ ସକାଳ ସମୟରେ ଆୟୋଜନ କରିବାକୁ ଶିକ୍ଷାନୁଷ୍ଠାନଗୁଡ଼ିକୁ ପରାମର୍ଶ ଦିଆଯାଇଛି । ପରୀକ୍ଷାରେ ଅଂଶଗ୍ରହଣ କରୁଥିବା ଛାତ୍ରଛାତ୍ରୀ ଏବଂ କର୍ମଚାରୀଙ୍କ ପାଇଁ ବିଶୁଦ୍ଧ ପାନୀୟ ଜଳ ସମେତ ଆବଶ୍ୟକ ସୁବିଧା ସୁନିଶ୍ଚିତ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ସେହିପରି, ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର (SRC)ଙ୍କ ଦ୍ୱାରା ଜାରି ହୋଇଥିବା ମାନକ କାର୍ଯ୍ୟପ୍ରଣାଳୀ (SOP)କୁ କଡ଼ାକଡ଼ି ପାଳନ କରିବା ଏବଂ ଛାତ୍ରଛାତ୍ରୀ, କର୍ମଚାରୀ ତଥା ଅନ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ସମସ୍ତ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Comments (0)
Add Comment