ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ୱର: ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆସନ୍ତା ୨୮ କିମ୍ବା ୨୯ ତାରିଖରେ ନଡ୍ଡା ପୁଣି ଓଡ଼ିଶା ଗସ୍ତରେ ଆସିବେ। ଏନେଇ ବରିଷ୍ଠ ବିଜେପି ନେତା ତଥା ରାଜ୍ୟ ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ତେବେ ତାଙ୍କର ସୂଚନା ଅନୁଯାୟୀ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ ଗସ୍ତର କାର୍ଯ୍ୟସୂଚୀ ପରବର୍ତ୍ତୀ ସମୟରେ ଜଣାଇ ଦିଆଯିବ।

Comments (0)
Add Comment