ବୌଦ୍ଧ : କନ୍ଧମାଳ ସାଂସଦ ଡ ଅଚ୍ୟୁତ ସାମନ୍ତ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ବୈଠକରେ ଯୋଗ ଦେଇଥିଲେ । ପଶ୍ଚିମ ଓଡ଼ିଶା ତଥା ବିଶେଷତଃ କନ୍ଧମାଳ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ବୌଦ୍ଧ ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅତୁଳନୀୟ ପ୍ରତିବଦ୍ଧତା ପାଇଁ ବିନମ୍ର କୃତଜ୍ଞତା ଜଣାଇଛନ୍ତି ସାଂସଦ ଡ ସାମନ୍ତ । ଏଥି ସହିତ କୋଭିଡ ମୁକାବିଲା କ୍ଷେତ୍ରରେ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା ସମୟରେ ବୌଦ୍ଧ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶେଷ ଗୁରୁତ୍ୱ ପ୍ରଦାନ କରିଥିବାରୁ ସାଂସଦ ଡ ସାମନ୍ତ ମୁଖ୍ୟମନ୍ତ୍ରୀଙ୍କୁ ଆନ୍ତରିକ ସାଧୁବାଦ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶକୁ ପାଥେୟ କରି ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଞ୍ଚଳର ବିକାଶ ଦିଗରେ ଅବିରତ ପ୍ରୟାସ ଜାରି ରଖିଥିବାରୁ ପରିଷଦକୁ ସାଂସଦ ଡ ସାମନ୍ତ ସାଧୁବାଦ ଜଣାଇଛନ୍ତି ।
ସୂଚନାଯୋଗ୍ୟ ଯେ,ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ୨୫ କୋଟି ଟଙ୍କାର ସ୍ୱତନ୍ତ୍ର ସହାୟତା ଘୋଷଣା କରିଛନ୍ତି ।
ପୂର୍ବରୁ ଗତ ମାସରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ପାଇଁ ୨୫ କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଥିଲା । ଏହି ସହାୟତା ରାଶିରେ କିଣା ଯାଇଥିବା ଜରୁରୀକାଳୀନ କୋଭିଡ ଉପକରଣକୁ ମୁଖ୍ୟମନ୍ତ୍ରୀ ଲୋକଙ୍କ ସେବାରେ ଉତ୍ସର୍ଗ କରିଛନ୍ତି ।