ଓଡିଶାରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର:ଆଜି ପୁଣି ଓଡିଶାରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି ।  ଚିହ୍ନଟ ହୋଇଥିବା ବ୍ୟକ୍ତି ମୟୂରଭଞ୍ଜ ଜିଲ୍ଲାର ଓ ସେ କିଛି ଦିନ ତଳେ ୟୁଏଇରୁ ଫେରିଥଲେ । ଫେରିବା ପରେ ସେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏହାପରେ ତାଙ୍କ ନମୁନାକୁ ଜିନୋମ ସିକ୍ୱେନ୍ସିଂ ପାଇଁ ପଠାଯାଇଥିଲା । ତେବେ ତାଙ୍କ ରିପୋର୍ଟ ଓମିକ୍ରନ ପଜିଟିଭ୍ ଆସିଥିବା ସ୍ୱାସ୍ଥ୍ୟ ବିଭାଗକୁ ଆଇଏଲଏସ୍ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । 

Comments (0)
Add Comment