ରାଜ୍ୟରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ; ମୃତ୍ୟୁସଂଖ୍ୟା ୮୪୩୩କୁ ବୃଦ୍ଧି

ଭୁବନେଶ୍ୱର ୧୧।୧୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୩ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୪୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୦୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୦୯୨୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୩୫୭୭୮୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment