ସରିଲା ଚତୁର୍ଥ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ, ୭୩ ପ୍ରତିଶତ ମତଦାନ

ଭୁବନେଶ୍ବର : ରାଜ୍ୟରେ ଶାନ୍ତିଶୃଙ୍ଖଳାର ସହିତ ସରିଛି ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ । ମୋଟ ୨୭ଟି ଜିଲ୍ଲାର ୬୩ ଟି ବ୍ଲକର ୧,୨୫୪ ଟି ଗ୍ରାମ ପଞ୍ଚାୟତରେ ୧୬୩ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୧୭,୦୮୯ ବୁଥରେ ଶାନ୍ତି ଶୃଙ୍ଖଳାର ସହିତ ମତଦାନ ଶେଷ ହୋଇଛି। ୪-୫ଟି ସ୍ଥାନରେ ବିଭିନ୍ନ କାରଣରୁ ଭୋଟଗ୍ରହଣ ବାଧାପ୍ରାପ୍ତ ହୋଇଛି। ଜିଲ୍ଲାପାଳଙ୍କ ରିପୋର୍ଟ ମିଳିବା ପରେ ନିଆଯିବ ପରବର୍ତ୍ତୀ ପଦକ୍ଷେପ ବୋଲି କହିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ କୌଣସି ସ୍ଥାନରେ ହିଂସା ଦେଖା ଦେଇନଥିବା ବେଳେ ୨ଟି ସ୍ଥାନରେ ବାଲାଟ ପେପର ତ୍ରୁଟି କାରଣରୁ ନିର୍ବାଚନ ସ୍ଥଗିତ ରହିଥିଲା । କେନ୍ଦ୍ରାପଡ଼ାରେ ଗୋଟିଏ ସ୍ଥାନରେ ସରପଞ୍ଚ ଓ ଯାଜପୁରରେ ୱାଡୟମେମ୍ବର ଭୋଟ ସ୍ଥଗିତ ରଖାଯାଇଛି । ଯାଜପୁରରେ ୪ ପ୍ଲାଟୁନ ଅଧିକ ଫୋର୍ସ ମୁତୟନ ହୋଇଥିଲେ । ମଙ୍ଗଳବାର ସକାଳ ୭ରୁ ଭୋଟ ଦାନ ଆରମ୍ଭ ହୋଇ ଦିନ ୧ଟାରେ ସରିଥିଲା

Comments (0)
Add Comment