ଜାନୁଆରୀ ପହିଲାରେ ମେଟ୍ରୋ ରେଳର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍‌ ଆଜି ଭୋର୍‌ ୪.୩୦ରେ ବରିଷ୍ଠ ଅଧିକାରୀଙ୍କ ସହିତ କଟକ-ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ସ୍ଥାନକୁ ଯାଇ ପ୍ରକଳ୍ପ କାମ ବୁଲି ଦେଖିଥିଲେ ।
ପ୍ରଥମ ପର୍ଯ୍ୟାୟରେ ଏହି ମେଟ୍ରୋ ପ୍ରକଳ୍ପ ତ୍ରିଶୂଳିଆକୁ ଭାୟା ଚନ୍ଦ୍ରଶେଖରପୁର, ଜୟଦେବ ବିହାର, ବାଣୀ ବିହାର ମାଷ୍ଟର କ୍ୟାଣ୍ଟିନ ଓ ରାଜମହଲ ଛକ ଦେଇ ଭୁବନେଶ୍ୱର ବିମାନ ବନ୍ଦରକୁ ସଂଯୋଗ କରିବ ।
ମେଟ୍ରୋ ପ୍ରକଳ୍ପ ନିର୍ମାଣ କାମ ଯେପରି ଠିକ୍‌ ସମୟରେ ଆରମ୍ଭ ହେବ ସେ ସମ୍ପର୍କରେ ଶ୍ରୀ ପାଣ୍ଡିଆନ୍‌ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ ।
ସୂଚନାଯୋଗ୍ୟ ଯୋଗ୍ୟ ଯେ ଏପ୍ରିଲ ୨୦୨୩ ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମେଟ୍ରୋ ପ୍ରକଳ୍ପ ବିଷୟରେ ଘୋଷଣା କରିଥିଲେ ।
ଏଥିପାଇଁ ଡିପିଆର ମଧ୍ୟ ସରକାରଙ୍କ ଅନୁମୋଦନ ଲାଭ କରିଛି । ଭୁବନେଶ୍ୱର ରୁ ଖୋର୍ଦ୍ଧା, ପୁରୀ ଓ କଟକ ସହରରେ ମେଟ୍ରୋ ରେଳ ସମ୍ପ୍ରସାରିତ କରିବା ପାଇଁ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଜରିଆରେ ମାଷ୍ଟର ପ୍ଳାନ ପ୍ରସ୍ତୁତ କରାଯାଉଛି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପଟିକୁ ଚଳିତ ବର୍ଷ ଏପ୍ରିଲ୍‌ ପହିଲାରେ ଘୋଷଣା କରିଥିଲେ । ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ୍‌ ମଧ୍ୟ ସରକାର ଅନୁମୋଦନ କରିଛନ୍ତି ।


ମେଟ୍ରୋ ରେଳ ସେବାକୁ ଭୁବନେଶ୍ୱରର ଅନ୍ୟ ସ୍ଥାନ ଗୁଡ଼ିକ ସହ ଖୋର୍ଦ୍ଧା, ପୁରୀ ଓ କଟକର ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକୁ ସମ୍ପ୍ରସାରିତ କରିବା ପାଇଁ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ପକ୍ଷରୁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଉଛି ।
ଏହି ପ୍ରକଳ୍ପ ଦ୍ୱାରା ଭୁବନେଶ୍ୱର ଓ କଟକ ମଧ୍ୟରେ ତ୍ରିଶୁଲିଆ ଏକ ପ୍ରମୁଖ ଜଙ୍କସନ ଭାବରେ ଗଢି ଉଠିବ । ଏହା ସହିତ ବାଙ୍କୀ ଓ ଆଠଗଡ ପଟରୁ ଦ୍ୱୈତ ନଗରୀକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରବେଶ ପଥ ଭାବରେ ଠିଆ ହେବ ।
ମେଟ୍ରୋ ରେଳ ପ୍ରକଳ୍ପର କେନ୍ଦ୍ରୀୟ ଡିପୋ ତ୍ରିଶୁଲିଆ ନିକଟରେ ନିର୍ମାଣ କରାଯିବ । ଏଠାରେ ପ୍ରକଳ୍ପର କମାଣ୍ଡ ଓ କଣ୍ଟ୍ରୋ ବ୍ୟବସ୍ଥା ସହିତ ମେଟ୍ରୋ ଟ୍ରେନର ମରାମତି ଓ ଷ୍ଟାବଲିଙ୍ଗ ସୁବିଧା ମଧ୍ୟ ରହିବ । ତ୍ରିଶୂଲିଆ ଛକରେ ଏକ ନୂଆ ବସ ଷ୍ଟାଣ୍ଡ ମଧ୍ୟ ନିର୍ମାଣ କରାଯାଉଛି । ଏହାକୁ ଆହୁରି ସମ୍ପ୍ରସାରିତ କରାଯାଇ ମେଟ୍ରୋ ଷ୍ଟେସନ ସହିତ ସମନ୍ୱିତ କରାଯାଇ ଏକକ ରହଣି ସ୍ଥଳ ଭାବରେ ବିକଶିତ କରାଯିବ ।
ବର୍ତ୍ତମାନ ସୁଦ୍ଧା ଏହି ପ୍ରକଳ୍ପରେ ସଂଶ୍ଳିଷ୍ଟ ଥିବା ବିଭିନ୍ନ ବିଭାଗ ଓ ଏଜେନ୍ସି ମାନଙ୍କ କାମର ଅଗ୍ରଗତିରେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପଣ୍ଡିଆନ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ଭିତ୍ତି ଭୂମି ସ୍ଥାପନ ପୂର୍ବରୁ ସମସ୍ତ ପ୍ରସ୍ତୁତି ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ସୂଚନା ଯୋଗ୍ୟ ଯେ ୨୦୨୪ ଜାନୁୟାରୀ ପହିଲାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ରଖିବେ ।
ନିର୍ଦ୍ଧାରିତ ଚାରି ବର୍ଷର ସମୟ ସୀମା ମଧ୍ୟରେ ଯେପରି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବ ସେଥିପାଇଁ ୫ଟି ନୀତି ଅନୁସରଣ କରି ପ୍ରକଳ୍ପର ସମସ୍ତ କାମକୁ ଭଲ ଭାବରେ ତଦାରଖ କରିବା ପାଇଁ ଶ୍ରୀ ପଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ ।
ଏକ ଆକାଂକ୍ଷି ଓଡିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ଅନୁଯାୟୀ ଏକ ବିଶ୍ୱ ସ୍ତରୀୟ ସହରାଞ୍ଚଳ ଗମନା ଗମନ ବ୍ୟବସ୍ଥାର ବିକାଶ ଲକ୍ଷ୍ୟ ହାସଲରେ ଏହି ପ୍ରକଳ୍ପ ଯେପରି ସଫଳ ହେବ ତାହା ସୁନିଶ୍ଚିତ କରିବାକୁ ଶ୍ରୀ ପଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ ।
ଯାତ୍ରୀ ମାନଙ୍କ ପାଇଁ ଏକ ଉନ୍ନତ ଦକ୍ଷ ପରିବହନ ବ୍ୟବସ୍ଥାର ବିକାଶ ପାଇଁ ଏହି ପ୍ରକଳ୍ପ ରେ ସଦ୍ୟତମ ଟେକ୍ନୋଲୋଜି ର ପ୍ରୟୋଗ ସହିତ ଅତ୍ୟାଧୁନିକ ଉପକରଣର ବ୍ୟବହାର ପାଇଁ ଶ୍ରୀ ପଣ୍ଡିଆନ ପରାମର୍ଶ ଦେଇଥିଲେ ।


ଯାତ୍ରୀ ମାନେ ଯେପରି ସୁରୁଖୁରରେ ଏଠାରୁ ସବୁ ସ୍ଥାନକୁ ଯିବଆସିବା କରି ପାରିବେ ସେଥିପାଇଁ ଅନ୍ୟାନ୍ୟ ପରିବହନ ବ୍ୟବସ୍ଥାକୁ ମେଟ୍ରୋ ରେଳ ସହିତ ଯୋଡ଼ିବାକୁ ସେ ପରାମର୍ଶ ଦେଇଥିଲେ । ଏହା ସହିତ ଭବିଷ୍ୟତରେ ଯେପରି ଆବଶ୍ୟକ ପଡ଼ିଲେ ଏହାକୁ ଆହୁରି ସମ୍ପ୍ରସାରିତ କରାଯାଇ ପାରିବ, ତାକୁ ଧ୍ୟାନରେ ରଖି ଯୋଜନା ପ୍ରସ୍ତୁତ କରିବାକୁ ସେ କହିଁଥିଲେ ।
ଶ୍ରୀ ପଣ୍ଡିଆନ ମଧ୍ୟ ଅଚାନକ ଭାବେ କଟକ ନେତାଜୀ ବସ ଟର୍ମିନାଲ ପରିଦର୍ଶନ କରି ସେଠାରେ ସାଧାରଣ ଲୋକ ଓ ଯାତ୍ରୀଙ୍କ ଠାରୁ ମତାମତ ନେଇଥିଲେ ଓ ପରିଷ୍କାର ପରିଚ୍ଛନ୍ନତା ପରଖି ଥିଲେ । ସେ ଯାତ୍ରୀ ମାନଙ୍କ ବ୍ୟତୀତ ଦୋକାନୀ, ବିଭିନ୍ନ ସେବା ପ୍ରଦାନକାରୀ, ବସ ଅପରେଟର, ଓ ଅନ୍ୟ ଷ୍ଟାଫ ମାନଙ୍କ ସହ କଥା ବାର୍ତ୍ତା ହୋଇ ଅଧିକାରୀ ମାନଙ୍କୁ ସମନ୍ୱିତ ସୂଚନା ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବାକୁ ପରାମର୍ଶ ଦେଇଥିଲେ । ଏହାଦ୍ୱାରା ଯାତ୍ରୀମାନେ ଆହୁରି ଆରାମ ଦାୟକ ଯାତ୍ରା କରିବା ସହିତ ଭଲ ଅନୁଭବ ନେଇ ଯିବେ ବୋଲି ସେ କହିଥିଲେ ।
ଏହାପରେ ସେ ରୂପାନ୍ତରିତ ତାଳଦଣ୍ଡା କେନାଲ ମଧ୍ୟ ପରିଦର୍ଶନ କରିଥିଲେ । କେନାଲ କଡେ କଡେ ସୌନ୍ଦର୍ଯ୍ୟ କରଣ ବ୍ୟବସ୍ଥାର ବିକାଶ କରିବାକୁ ପରାମର୍ଶ ଦେଇ ସେ କହିଲେ ଯେ ଏହାଦ୍ୱାରା କଟକ ସହର ବାସିଙ୍କ ପାଇଁ ଉତ୍ତମ ମନୋରଞ୍ଜନ ବ୍ୟବସ୍ଥାର ବିକାଶ ହୋଇ ପାରିବ ।
ଶ୍ରୀ ପଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଇଲେକ୍ଟୋନିକ୍ସ ତଥା ଆଇ. ଟି ବିଭାଗର ପ୍ରମୁଖ ସଚିବ ମନୋଜ ମିଶ୍ର, କଟକ ଜିଲ୍ଲା ପ୍ରଶାସନ, ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନ, ଓ ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଗସ୍ତ କରିଥିଲେ ।

Comments (0)
Add Comment