ଫିରିଙ୍ଗିଆ ଥାନା ଅଧିକାରୀଙ୍କ ନିଲମ୍ବନ ଏବଂ ଗିରଫ ଦାବିରେ ଉତ୍ତ୍ୟକ୍ତ ଲୋକେ ପୋଡିଦେଲେ ଥାନା

ଫୁଲବାଣୀ,୫/୮:- କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ଠାରେ ଫିରିଙ୍ଗିଆ ବାଲିଗୁଡା ମୁଖ୍ୟରାସ୍ତାକୁ ଉତ୍ତ୍ୟକ୍ତ ଲୋକେ ଅବରୋଧ କରିଛନ୍ତି । ସେମାନଙ୍କୁ ବୁଝାଇବାକୁ ଯାଇଥିବା ସଦର ଏସ୍‌ଡିପିଓ ସୁପ୍ରଶନ୍ନ ମଲ୍ଲିକ, ତହସିଲଦାର ଏମ୍‌ ଅନୁରାଧାଙ୍କୁ ଲୋକେ ଲୋକେ ଗୋଡ଼ାଇ ଗୋଡ଼ାଇ ପିଟିଛନ୍ତି । ଏହାପରେ ଥାନା ଭିତରେ ପଶିି ପୋଡାଜଳା କରିବା ସହ ଜବତ ଗାଡିକୁ ଲୁଟି ନେଇଛନ୍ତି । ଘଟଣାସ୍ଥଳରେ ଫୋର୍ସ ଅଧିକ ନ ଥିବାରୁ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ସୂଚନାଯୋଗ୍ୟ, ଫିରିଙ୍ଗିଆ ଥାନା ପୋଲିସ ଗାଡିରେ ଗଞ୍ଜେଇ ଚାଲାଣ ହେଉଥିବା ଅଭିଯୋଗ କରି ଏବଂ ଥାନାଧିକାରୀ ତପନ କୁମାର ନାହାକଙ୍କ ଗିରଫ ଦାବିରେ ଲୋକେ ରାସ୍ତାରୋକ କରିଥିଲେ । ଶହ ଶହ ସଂଖ୍ୟାରେ ମହିଳା ଓ ପୁରୁଷ ଆସି ରାସ୍ତା ଅବରୋଧ କରିଥିଲେ । ପ୍ରାୟ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହି ରାସ୍ତାରୋକ ଚାଲିଥିଲା । ସଦର ଏସଡିପିଓ ମଲ୍ଲିକ ଏବଂ ତହସିଲଦାର କିଛି ଫୋର୍ସଙ୍କ ସହ ଘଟଣାସ୍ଥଳକୁ ଯାଇ ଲୋକଙ୍କ ସହ ଆଲୋଚନା କରିଥିଲେ । ଏହି ସମୟରେ ଉତ୍ତ୍ୟକ୍ତ ଲୋକେ ଠେଲାପେଲା କରିଥିଲେ । ଏହାପରେ ପୋଲିସ ଏବଂ ସ୍ଥାନୀୟ ବାସିନ୍ଦା ମଧ୍ୟରେ ହାତାହାତୀ ହୋଇଥିଲା । ପରେ ସେମାନେ କିଛି ଫୋର୍ସଙ୍କ ସହ ଆସି ଥାନାରେ ପହଞ୍ଚିଥିଲେ । ହେଲେ ଲୋକେ ସେଠାକୁ ମଧ୍ୟ ଗୋଡେଇ ଆସି ଥାନା ଭିତରକୁ ପଶିଥିଲେ । ସେଠାରେ ପୋଲିସ ଏବଂ ଲୋକଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା । ଏହାପରେ ପରିସ୍ଥିତି ଅଣାୟତ ହୋଇପଡିଥିଲା । ଖବର ଅନୁସାରେ ଏସଡିପିଓ, ତହସିଲଦାରଙ୍କ ସମେତ କିଛି ଅଞ୍ଚଳବାସୀବାସୀ ଘଟଣାରେ ଆହତ ହୋଇଛନ୍ତି ।

Comments (0)
Add Comment