ଯୁକ୍ତ ୨ ପରୀକ୍ଷା : ୨୭ରୁ ଫର୍ମ ପୂରଣ ଆରମ୍ଭ

ଭୁବନେଶ୍ବର: ଯୁକ୍ତ ୨ ବାର୍ଷିକ ପରୀକ୍ଷା ପାଇଁ ଆସନ୍ତା ୨୭ ତାରିଖରୁ ଫର୍ମ ପୂରଣ ଆରମ୍ଭ ହେବ । କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହେବ । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଫର୍ମ ପୂରଣ ପ୍ରକ୍ରିୟା ୨୭ରୁ ଆରମ୍ଭ ହୋଇ ୪ ତାରିଖ ଯାଏଁ ବିନା ଜରିମାନାରେ ଚାଲିବ । ଯେଉଁ ଛାତ୍ରଛାତ୍ରୀମାନେ ଏହି ସମୟ ମଧ୍ୟରେ ଫର୍ମପୂରଣ କରି ନ ଥିବେ ସେମାନେ ଆସନ୍ତା ୫ ରୁ ୬ ତାରିଖ ମଧ୍ୟରେ ୧୦୦ଟଙ୍କା ଜରିମାନା ଓ ୭ ରୁ ୮ ତାରିଖ ମଧ୍ୟରେ ୪୫୦ ଟଙ୍କା ଜରିମାନା ଦେଇ ଫର୍ମପୂରଣ କରିପାରିବେ । ଫର୍ମ ପୂରଣ ବାବଦରେ ୫୨୦ ଟଙ୍କା ଦାଖଲ କରିବାକୁ ହେବ ।ସାମ୍ସ ୱେବ୍‌ସାଇଟ୍ ଲଗ୍‌ଇନ୍ କରି ଆଡମିଟ୍ କାର୍ଡ ପାଇପାରିବେ ଛାତ୍ରଛାତ୍ରୀ । କଲେଜର ସାମ୍ସ ପୋର୍ଟାଲ ଜରିଆରେ କର୍ତ୍ତୃପକ୍ଷ ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ କରିବେ । ଆବଶ୍ୟକୀୟ କାଗଜପତ୍ର ସହ ନିର୍ଭୁଲ ଭାବେ ପିଲାଙ୍କ ଫର୍ମ ପୂରଣ କରିବା ପାଇଁ ସିଏଚଏସଇର ପରୀକ୍ଷା ନିୟନ୍ତ୍ରକ ବିଜୟ କୁମାର ସାହୁ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ ୨ କଲେଜ ଅଧ୍ୟକ୍ଷମାନଙ୍କୁ ଚିଠିରେ ନିର୍ଦ୍ଦେଶ ହୋଇଛି । ଏହା ସହ ଫର୍ମ ପୂରଣ ପାଇଁ ଗାଇଡଲାଇନ ବି ଜାରି ହୋଇଛି ।

breaking newsexam notificationexamsnotofication
Comments (0)
Add Comment