କୋଣାର୍କ,୩/୧୨ – ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ସାମ୍ଭାବ୍ୟ ବାତ୍ୟା ଜୱାଦ ପୁରୀ ଜିଲ୍ଲାରେ ସ୍ଥଳ ଛୁଇଁବା ନେଇ ଭାରତୀୟ ପାଣିପାଗ ବିଭାଗ ଓ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସତର୍କ କରାଯିବା ପରେ ୫ଦିନିଆ କୋଣାର୍କ ଉତ୍ସବ ଓ ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବକୁ ବାତିଲ କରାଯାଇଛି । ଖବରରୁ ପ୍ରକାଶ ଯେ ସାମ୍ଭାବ୍ୟ ବାତ୍ୟା ଜୱାଦକୁ ନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ଜିଲ୍ଲାପାଳ କୋଣାର୍କ ଉତ୍ସବ ବାତିଲ କରିବା ପାଇଁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମିୟ ରଞ୍ଜନ ସେଠୀଙ୍କୁ ପଚାରିବାରେ ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ପୁରୀ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ସମ୍ଭାବ୍ୟ ବାତ୍ୟା ଜୱାଦକୁ ଦୃଷ୍ଟିରେ ରଖି କୋଣାର୍କ ଉତ୍ସବ ଓ ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବକୁ ଅଧାରୁ ବନ୍ଦ କରାଯାଇଛି ବୋଲି ସେ ପ୍ରକାଶ କରିଛନ୍ତି ।