ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର:  ଆଜି ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କେନ୍ଦ୍ରର ସୂଚନା ମୁତାବକ, ଆଜି ରାଜ୍ୟ‌ରେ ବର୍ଷା ସମ୍ଭାବନା ରହିଛି ।୨୬ତାରିଖ ଦିନ ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ବିଶେଷକରି ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଆଦି ଅଞ୍ଚଳରେ ବି ବର୍ଷା ସମ୍ଭାବନା ରହିଛି । ରାଜ୍ୟର ବାକି ଅଞ୍ଚଳରେ ପାଗ ଶୁଖିଲା ରହିବା ସହ ଫେବ୍ରୁଆରି ଶେଷ ୨ଦିନ ମଧ୍ୟ ରାଜ୍ୟର ପାଗ ଶୁଖିଲା ଓ ଖରାଟିଆ ରହିବ । ଏଥିସହ ଆସନ୍ତା ୪ରୁ ୫ ଦିନରେ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭା‌ବନା ନାହିଁ । ଆସନ୍ତା ୫ଦିନ ରାଜ୍ୟରେ ଏହିଭଳି ତାପମାତ୍ରା ଲାଗି ରହିବା ପରେ ଧୀରେଧୀରେ ରାଜ୍ୟର ତାପମାତ୍ରାରେ ବୃଦ୍ଧି ଘଟିବ ।

Comments (0)
Add Comment