ଜାନୁଆରୀ ୩ରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ସ୍କୁଲ

ଭୁବନେଶ୍ୱର,୨୮/୧୨(ହୀ.ପ୍ର): ଆସନ୍ତା ବର୍ଷ ଜାନୁଆରୀ ୩ ତାରିଖରୁ ରାଜ୍ୟର ସମସ୍ତ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ସ୍କୁଲ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏ ସଂପର୍କରେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ ସୂଚନା ଦେଇଛନ୍ତି ।ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ସମାଟିଭ୍‌-୧ ପରୀକ୍ଷା ହେବାର ଅଛି, ସେହି ବିଦ୍ୟାଳୟ ଗୁଡ଼ିକୁ ୧୦ ଜାନୁୟାରୀ ଠାରୁ ଖୋଲିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିପାଇଁ ମଧ୍ୟାହ୍ନ ଭୋଜନ ନିମିତ୍ତ ଉଦ୍ଦିଷ୍ଟ ମଧ୍ୟାନ୍ତର ବିନା ବିଦ୍ୟାଳୟ ଗୁଡ଼ିକ ପୂର୍ବାହ୍ନ ୯ ଘଟିକା ଠାରୁ ମଧ୍ୟାହ୍ନ ୧୨ଘଟିକା ପର୍ଯ୍ୟନ୍ତ ଖୋଲା ରହିବ। ମଧ୍ୟାହ୍ନ ଭୋଜନ ଯୋଜନା ଅନ୍ତର୍ଗତ ଡ୍ରାଇ ରାସନ୍‌ ଯୋଗାଣ କାର୍ଯ୍ୟକ୍ରମ ଅନ୍ୟ ଆଦେଶ ପ୍ରାପ୍ତ ପର୍ଯ୍ୟନ୍ତ ପୂର୍ବ ପରି ଜାରି ରହିବ। ବିଦ୍ୟାଳୟ ଖୋଲିବା ପାଇଁ ସ୍ଥିରୀକୃତ SOP ବିଭାଗ ଦ୍ଵାରା ସୂଚିତ କରାଯିବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି। ରାଜ୍ୟର ୨୭ ହଜାର ସ୍କୁଲ ଖୋଲିବ ।

Comments (0)
Add Comment