ଶ୍ରୀବିଗ୍ରହମାନଙ୍କର ହେବ ବନକଲାଗି ନୀତି

ଆଜି ମାଘ ଶୁକ୍ଳ ଦ୍ଵାଦଶୀ ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।
ସେଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬.୦୦ ଟା ରୁ ରାତ୍ର ୯.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ । ଶ୍ରୀ ମନ୍ଦିର ପ୍ରଶାସନ ଏହି ସୂଚନା ଦିଆଯାଇଛି।
ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇ ଥାଏ। ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁ ଙ୍କ ବନକ ଲାଗି ହୋଇଥାଏ । ଦୀ’ ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତ ମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର ମାନଙ୍କର ଶ୍ରୀମୁଖ ସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।
ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ। ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।
ପୁରୀରୁ ଗୋବିନ୍ଦ ଚନ୍ଦ୍ର ସ୍ୱାଇଁଙ୍କ ରିପୋର୍ଟ ହୀରାଞ୍ଚଳ ଲାଇଭ୍

Comments (0)
Add Comment