ସୁବର୍ଣ୍ଣପୁର,୧୭/୧:- ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସର ରୁ ଜିଲ୍ଲାର ୫୨ ଜଣ ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ନେଇ ବାହାରିଥିବା ବସକୁ ଜିଲ୍ଲାପାଳ ଅବୋଲି ସୁନୀଲ ନରୱଣେ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିବାସହ ସଫଳ ଯାତ୍ରା ନିମନ୍ତେ ଶୁଭକାମନା କରିଛନ୍ତି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ, ନିଶିପୁନମ ମିଞ୍ଜ, ଡେପୁଟି କଲେକ୍ଟର ଆନନ୍ଦ ପଣ୍ଡା ତଥା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ଉପସ୍ଥିତ ରହି ବରିଷ୍ଠ ତୀର୍ଥଯାତ୍ରୀଙ୍କ ସଫଳ ତୀର୍ଥ ଭ୍ରମଣ ନିମନ୍ତେ ଶୁଭ କାମନା କରି ଉତ୍ସାହିତ କରିଥିଲେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ୱ ସହାୟକ ସହଦେବ ମେହେର ଓ କପିଳେଶ୍ୱର ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲାରୁ ବରିଷ୍ଠ ତୀର୍ଥଯାତ୍ରୀଙ୍କୁ ନେଇ ବାହାରିଥିବା ଏହି ବସ ଆଜି ସନ୍ଧ୍ୟାରେ ସମ୍ବଲପୁରରେ ପହଞ୍ଚିବ । ଆସନ୍ତାକାଲି ସକାଳ ୬ଘଣ୍ଟା ରେ ସରକାରଙ୍କ ଦ୍ୱାରା ବ୍ୟବସ୍ଥିତ ସ୍ୱତନ୍ତ୍ର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଟ୍ରେନ ଜିଲ୍ଲାର ଏହି ୫୨ ଜଣ ତୀର୍ଥଯାତ୍ରୀଙ୍କ ସହ ରାଜ୍ୟର ଅନ୍ୟ ୯ଟି ଜିଲ୍ଲାର ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଙ୍କୁ ନେଇ ବୃନ୍ଦାବନ, ମଥୁରା ଓ ଆଗ୍ରା ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି ।