ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର,୧୭/୫- ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୭୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୫ ଗୋଟି ଓ ସାମୁହିକ ଦରଖାସ୍ତ ୨୦ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ୭୫ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୩୯ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୩୬ ଟି ଆପତ୍ତିି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ, ତରଭା ବିନୟ ପଟେଲଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପ୍ରକଳ୍ପ ନିର୍ଦ୍ଦେଶକ, ଡିଆରଡିଏ – ଡୋଳାମଣି ପଟେଲ, ଉପ ଜିଲ୍ଲାପାଳ, ସୋନପୁର ନିହାର ରଞ୍ଜନ କଁହର , ବ୍ଲକ ଅଧ୍ୟକ୍ଷ ତରଭା ସରୋଜ କୁମାର କମ୍ପ, ବ୍ଲକ ଉପାଧକ୍ଷ – ହେମନ୍ତ କୁଅଁର, ବିଭିନ୍ନ ଜିଲ୍ଳାସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକମାନେ ଯୋଗଦାନ କରିଥିଲେ ।

Comments (0)
Add Comment