ବାଲ୍ୟ ବିବାହ ବନ୍ଦ କଲା ଗଜପତି ଜିଲ୍ଲା ପ୍ରଶାସନ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ରାୟଗଡ ବ୍ଳକର ଅଲା ଝୋଲ ଗ୍ରାମରେ ଆଗାମୀ ଦିନରେ ହେବାକୁ ଥିବା ଗୋଟିଏ ବାଲ୍ୟ ବିବାହକୁ ବନ୍ଦ କଲା ଜିଲ୍ଲା ପ୍ରଶାସନ । ଉକ୍ତ ବାଲ୍ୟ ବିବାହ ସମ୍ପର୍କରେ ବିଶ୍ୱସ୍ତ ସୂତ୍ରରୁ ରାୟଗଡ ବାଲ୍ୟ ବିବାହ ନିଷେଧ ଅଧିକାରିଣୀ ଶ୍ରୀମତି ଟେରେସ୍କୋଲା ମଲ୍ଲିକ ଜାଣିବାକୁ ପାଇଥିଲେ । ଶ୍ରୀମତି ମଲ୍ଲିକ ଖବର ପାଇ ବାଲ୍ୟ ବିବାହ ନିଷେଧ ଟାସ୍କଫୋର୍ସରେ ଥିବା ଅନ୍ୟ ସଦସ୍ୟମାନଙ୍କୁ ଅବଗତ କରି ଥିଲେ ।

ଏହାପରେ ବାଲ୍ୟବିବାହକୁ ରୋକିବା ନିମନ୍ତେ ଏକ ଟିମ ଗଠନ କରାଯାଇ ଥିଲା । ଉକ୍ତ ଟିମରେ ଆଇସିଡିଏସ୍‌ ସୁପରଭାଇଜର ଶ୍ରୀମତି ନମିତା ମହାରଣା, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ପରାମର୍ଶଦାତା ଡି.ମଲ୍ଲିକ, ସଖୀ ୱାନ ଷ୍ଟପ ସେଣ୍ଟରର ପରିଚାଳିକା ଭାଗ୍ୟ ଲକ୍ଷ୍ମୀ ନାୟକ, ଏକ୍ସନ ଏଇଡ଼ର ଜିଲ୍ଲା ପ୍ରତିନିଧି ବିକାଶ କୁମାର ମେହେର ଏବଂ ଚାଇଲଡ଼ ଲାଇନର ସଦସ୍ୟ ଟି. ସୁରେଶ କୁମାର ଓ ଭେଙ୍କେଟେଶ ସେନାପତି ପ୍ରଭୃତି ଉକ୍ତ ଗ୍ରାମକୁ ଯାଇ ହେବାକୁ ଥିବା ବାଲ୍ୟ ବିବାହକୁ ସ୍ଥଗିତ କରିଥିଲେ । ଏହା ପରେ ବିବାହ ହେବାକୁ ଥିବା ଝିଅର ଜନ୍ମ ପ୍ରମାଣ ପତ୍ର ଯାଞ୍ଚ କରାଯାଇଥିଲା ଏବଂ ଅଭିଭାବକଙ୍କୁ ବାଲ୍ୟ ବିବାହର କୁପ୍ରଭାବ ଉପରେ ବିଶଦ ଭାବରେ ବୁଝାଯାଇ ଥିଲା ।

ଗ୍ରାମବାସୀଙ୍କ ଉପସ୍ଥିତିରେ ଝିଅର ଅଭିଭାବକ ଝିଅଟିକୁ ୧୮ ବର୍ଷ ନ ହେବା ଯାଏ ବିବାହ ଦେବେ ନାହିଁ ଏବଂ ଯଦି ଏଥିରେ ତ୍ରୁଟି କରିବେ ତେବେ ଆଇନ ଅନୁଯାୟୀ ଦଣ୍ଡିତ ହେବେ ବୋଲି ଲିଖିତ ଆକାରରେ ଜଣାଇଛନ୍ତି । ଟାସ୍କଫୋର୍ସ ଦ୍ୱାରା ଝିଅକୁ ଉଦ୍ଧାର କରାଯାଇ ଶିଶୁ ମଙ୍ଗଳ ସମିତି ନିକଟରେ ଉପସ୍ଥିତ କରାଯିବା ନିମନ୍ତେ ନିଷ୍ପତ୍ତି ନିଆଯାଇଛି । ଝିଅଟିକୁ ୧୮ ବର୍ଷ ସମ୍ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ବାଲ୍ୟ ବିବାହ ନିରୋଧ ଟାସ୍କଫୋର୍ସ ଦ୍ୱାରା ନିୟମିତ ପରାମର୍ଶ ହେବା ସହ ଆବଶ୍ୟକ ଥଇଥାନ ଗ୍ରହଣ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି ।

gajapatiThe Gajapati district administration has suspended child marriageବାଲ୍ୟ ବିବାହ
Comments (0)
Add Comment