ରାଜ୍ୟରୁ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ,୭୬୨ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ୦୮।୦୯ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୭୬୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୭୦କୁ ବୃଦ୍ଧି ପାଇଛି । ତେବେ ଆଜି ଖୋର୍ଦ୍ଧା ଓ ଢ଼େଙ୍କାନାଳ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୧୯ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୪ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬ଜଣ, ଷ୍ଟେଟ ପୁଲ୍‌ରୁ ୭୪ଜଣ ରହିଛନ୍ତି ।

Comments (0)
Add Comment