କମିଲା ପେଟ୍ରୋଲ ଓ ଡିଜେଲ ଦର

0 172

ନୂଆଦିଲ୍ଲୀ: ମହଙ୍ଗା ମାଡ଼ରେ ଆଉଟ ପାଉଟ ହେଉଥିବା ଲୋକଙ୍କୁ ସାମାନ୍ୟ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର। ଦୀପାବଳି ଭେଟି ସ୍ୱରୂପ କେନ୍ଦ୍ର ସରକାର ପେଟ୍ରୋଲର ଲିଟର ପିଛା ଦର ୫ ଟଙ୍କା ଓ ଡିଜେଲ ଦର ୧୦ ଟଙ୍କା ହ୍ରାସ କରିଛନ୍ତି। ଆସନ୍ତାକାଲି ଠାରୁ ଏହି ପରିବର୍ତ୍ତିତ ଦର ଲାଗୁ ହେବ। କେନ୍ଦ୍ର ସରକାର ତୈଳ ଦର ଉପରେ ଲାଗୁଥିବା ଉତ୍ପାଦ ଶୁଳ୍କ ହ୍ରାସ କରିଥିବାରୁ ପେଟ୍ରୋଲ ଓ ଡିଜେଲ ଦାମ ହ୍ରାସ ପାଇବାକୁ ଯାଉଛି। ନ୍ୟୁଜି ଏଜେନ୍ସି ଏଏନ୍‌ଆଇ ଅନୁଯାୟୀ, ଭାରତ ସରକାର ଉତ୍ପାଦ ଶୁଳ୍କ ହ୍ରାସ କରିଛନ୍ତି। ପେଟ୍ରୋଲ ଉପରେ ଲାଗୁଥିବା ଉତ୍ପାଦ ଶୁଳ୍କକୁ ଲିଟର ପିଛା ୫ ଟଙ୍କା ଓ ଡିଜେଲ ଉପରେ ଲାଗୁଥିବା ଉତ୍ପାଦନ ଶୁଳ୍କକୁ ୧୦ ଟଙ୍କା ଲେଖାଏ ହ୍ରାସ କରାଯାଇଛି। ଆସନ୍ତାକାଲି ଅର୍ଥାତ ଦୀପାବଳି ଠାରୁ ଏହି ପରିବର୍ତ୍ତିତ ଦର ଲାଗୁ ହେବ

hiranchal ad1
Leave A Reply

Your email address will not be published.

17 − seven =