ନିଆରା ଢଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ

0 308

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୭୧ ବର୍ଷରେ ପାଦ ଥାପିଛନ୍ତି । ତାଙ୍କ ଜନ୍ମଦିନରେ ଚାରିଆଡୁ ଛୁଟିଛି ଶୁଭେଚ୍ଛାର ସୁଅ । ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ଦେଶର ସାଧାରଣ ନାଗରିକ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଟିକେ ନିଆରା ଢଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଜଣାଶୁଣା ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ।ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି । ତାଙ୍କ ବାଲୁକା କଳାରେ ପ୍ରଧାନମନ୍ତ୍ରୀଙ୍କ ଛବି ରହିଛି । ଇଂରାଜୀରେ ‘ହାପି ବାର୍ଥଡେ’ ମୋଦିଜୀ’ ଲେଖାଯାଇଛି । ତେବେ ଏହି ବାଲୁକା କଳାରେ ନିଆରାପଣ ହେଉଛି ଯେ ଏଥିରେ ସେ ଛୋଟ ଛୋଟ ଶଙ୍ଖ ଓ ଶାମୁକାର ବ୍ୟବହାର କରିଛନ୍ତି ।

hiranchal ad1
Leave A Reply

Your email address will not be published.

1 × four =