ମାହାଙ୍ଗା ଗଣହତ୍ୟା, ଆସିଲା ପୋଷ୍ଟମର୍ଟମ ରିପୋର୍ଟ

0 204

ଭୁବନେଶ୍ୱର: ରାଜ୍ୟରେ ଚହଳ ପକାଇଥିବା ମାହାଙ୍ଗା କୁସୁପୁର ଗଣହତ୍ୟା ଘଟଣାରେ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ରିପୋର୍ଟ ଅନୁସାରେ ମୃତକଙ୍କ ଶରୀରର ଏକାଧିକ ସ୍ଥାନରେ କ୍ଷତ ଚିହ୍ନ ରହିଛି । କ୍ଷତଚିହ୍ନରୁ ସ୍ପଷ୍ଟ ହେଉଛି ହତ୍ୟାକାଣ୍ଡରେ ଧାରୁଆ ଅସ୍ତ୍ରଶସ୍ତ୍ର ବ୍ୟବହାର କରାଯାଇଛି । ଟଣାଭିଡା ଓ ଜୋରଜବରଦସ୍ତ ଭିତରେ ହତ୍ୟାକାଣ୍ଡ ଘଟିଥିବା ରିପୋର୍ଟରୁ ଜଣାପଡିଛି ।
ତେବେ ବିଷକ୍ରିୟା ଯୋଗୁଁ ମୃତ୍ୟୁ ନେଇ ରିପୋର୍ଟରେ ଉଲ୍ଲେଖ ନାହିଁ । ଏନେଇ କଟକ ଗ୍ରାମାଂଚଳ ଏସପି ଯୁଗଳ କିଶୋର ବନୋଥ ସୂଚନା ଦେଇଛନ୍ତି । ସାମାନ୍ୟ ଜମିବାଡି ବିବାଦରୁ ମାହାଙ୍ଗା କୁସୁପୁରରେ ସାନ ଭାଇ ଶିବ ପ୍ରସାଦ ସାହୁ ବଡଭାଇ ଅଲ୍ଲେଖ ପ୍ରସାଦ ସାହୁଙ୍କ ପୁରା ପରିବାରକୁ ଗତ ସପ୍ତାହରେ ବିଭତ୍ସଭାବେ ହତ୍ୟା କରିଥିଲା ।

hiranchal ad1
Leave A Reply

Your email address will not be published.

four + 9 =