ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ଶିକ୍ଷକ ଗିରଫ

0 60

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ । ଶିକ୍ଷକ ଗିରଫ । ଏଭଳି ଏକ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲାର ବଡ଼ବିଲ ଥାନା ଅଞ୍ଚଳରେ ।ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ସଂପୃକ୍ତ ଶିକ୍ଷକ ଅସଦାଚରଣ କରିଥିବା ନେଇ ବଡ଼ବିଲ ଥାନାରେ ଅଭିଯୋଗ ହେବାପରେ ପୋଲିସ୍ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ସୂଚନା ଅନୁଯାୟୀ ଗତକାଲି ଜୈନିକ ଶିକ୍ଷକ ପଞ୍ଚମ ଶ୍ରେଣୀରେ ପଢୁଥିବା ଛାତ୍ରୀଙ୍କ ସହ ଅସଦାଚରଣ କରିଥିବା ନେଇ ଛାତ୍ରୀ ଜଣକ ନିଜ ବାପା ମା’ ଙ୍କୁ ଜଣାଇବା ପରେ ପରିବାର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା ।
ଅଭିଯୋଗ ଆଧାରରେ ଏକ ମାମଲା ରୁଜ୍ଜୁ କରି ଅଭିଯୁକ୍ତ ଶିକ୍ଷକଙ୍କୁ ଗିରଫ କରିଛି ବଡ଼ବିଲ ପୋଲିସ୍ । ଗିରଫ ଅଭିଯୁକ୍ତ ଶିକ୍ଷକଙ୍କୁ ଆଜି କେନ୍ଦୁଝର ପକ୍ସୋ କୋର୍ଟକୁ ଚାଲାଣ କରାଯିବ ବୋଲି ସୂଚନା ମିଳିଛି ।ଶିକ୍ଷକଙ୍କ ଏଭଳି ଘୃଣ୍ୟ ଆଚରଣକୁ ନେଇ ସ୍ଥାନୀୟ ଅଞ୍ଚଳରେ ନିନ୍ଦା କରାଯାଇଛି । ସଂପୃକ୍ତ ଶିକ୍ଷକଙ୍କ ବିରୁଦ୍ଧରେ ପୂର୍ବରୁ ମଧ୍ୟ ଏହିଭଳି ଅଭିଯୋଗ ରହିଥିବା ଆଲୋଚନା ହେଉଛି ।

hiring

ସୂଚନା ଅନୁସାରେ, ଗତକାଲି ସମ୍ପୃକ୍ତ ଶିକ୍ଷକ , ପଞ୍ଚମ ଶ୍ରେଣୀରେ ପଢୁଥିବା ଛାତ୍ରୀଙ୍କ ସହ ଅସଦାଚରଣ କରିଥିବା ନେଇ ଛାତ୍ରୀ ଜଣକ ନିଜ ବାପା ମା’ ଙ୍କୁ ଜଣାଇବା ପରେ ପରିବାର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା । ପରେ ପୋଲିସ ଅଭିଯୁକ୍ତ ଶିକ୍ଷକଙ୍କୁ ଗିରଫ କରିଛି ।

hiranchal ad1
Leave A Reply

Your email address will not be published.

seven − three =