ଆଇସିୟୁରେ ଭର୍ତ୍ତି ହେଲେ ମୁଲାୟମ

0 44

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରତର ହୋଇଛି । ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସପିଟାଲରେ ଆଇସିୟୁରେ ଭର୍ତ୍ତି କରାଯାଇଛି । ସେ ଏହା ପୂର୍ବରୁ ବାରମ୍ବାର ନିଜର ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ହସପିଟାଲରେ ଭର୍ତ୍ତି ହୋଇଛନ୍ତି । କିନ୍ତୁ ଏବେ ତାଙ୍କ ଅବସ୍ଥାରେ ଅଧିକ ବିଗିଡିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି । ମେଡିକାଲ ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅତି ଗୁରୁତର ସ୍ଥିତିରେ ପହଞ୍ଚିଛି । ସେ ବର୍ତ୍ତମାନ ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ନିରୀକ୍ଷଣରେ ଅଛନ୍ତି । ଗତ ବର୍ଷ ପେଟ ଜନିତ ସମସ୍ୟା ହେତୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପେଟରେ ଯନ୍ତ୍ରଣା ହେବାରୁ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା ।

hiranchal ad1
Leave A Reply

Your email address will not be published.

one × three =