ନୂଆଦିଲ୍ଲୀ,୧୫/୪: ଆଜି ଦେଶରେ କରୋନାର ଦୈନିକ ସଂକ୍ରମଣ କମିଛି । ଏହା ହଜାରେ ତଳେ ରହିଛି । କେନ୍ଦ୍ର ସ୍ୱାସ୍ତ୍ୟ ମନ୍ତ୍ରଣାଳୟ ସୂଚନା ଅନୁଯାୟୀ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୪୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୬ମୃତ୍ୟୁ ରେକର୍ଡ କରାଯାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୦୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୯,୯୭୨ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ଜନିତ ମୃତ୍ୟୁସଂଖ୍ୟା ୫,୨୧,୭୪୭ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮୧୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୦୭,୦୩୮ । ଏହାଛଡା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୧୯୧ । ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୬,୩୦,୬୨,୫୪୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୧୧,୭୭,୩୭୦ଟି ନମୁନା ପରୀକ୍ଷା କରାଯାଇଛି । ଗତକାଲି ପରୀକ୍ଷା କରାଯାଇଛି ୪,୬୭,୨୧୩ଟି ନମୁନା ।