ଜାପାନରେ ମୋଦୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା : ଭାରତରେ ପୁଞ୍ଜି ନିବେଶ ପାଇଁ ଶିଳ୍ପପତିଙ୍କୁ ଆହ୍ୱାନ

0 44

ଟୋକିଓ : ଭାରତର ବିକାଶ ଯାତ୍ରାରେ ଜାପାନର ଏକ ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ରହିଛି । ଭାରତ ଓ ଜାପାନ ପ୍ରାକୃତିକ ସହଯୋଗୀ । ଉଭୟ ଦେଶ ମଧ୍ୟରେ ଆଧ୍ୟାତ୍ମିକତା ଓ ସହଯୋଗର ବନ୍ଧନ ରହିଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଟୋକିଓଠାରେ ଚାଲିଥିବା କ୍ୱାଡ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ସେଠାକୁ ଯାଇଥିବାବେଳେ ମୋଦୀ ଆଜି ଭାରତୀୟ ସମୁଦାୟକୁ ଭେଟିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ ଭାରତୀୟ ସମୁଦାୟ ଦୁଇ ଦେଶ ମଧ୍ୟରେ ଥିବା ସଂପର୍କକୁ ସୁଦୃଢ କରୁଛନ୍ତି । ସେମାନେ ଜାପାନରେ ଭାରତକୁ ନେଇଆସିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ସ୍ୱାମୀ ବିବେକାନନ୍ଦଙ୍କ ଉପରେ ଜାପାନର ଗଭୀର ପ୍ରଭାବ ପଡ଼ିଥିଲା । ଅନ୍ୟପକ୍ଷରେ ଆଜିର ବିଶ୍ୱ ସମସ୍ୟାର ସମାଧାନ ପାଇଁ ଭଗବାନ ବୁଦ୍ଧଙ୍କ ପ୍ରଦର୍ଶିତ ମାର୍ଗର ଅନୁସରଣ କରାଯିବା ଉଚିତ ବୋଲି ସେ କହିଛନ୍ତି । ଭାରତ ନିଜର ପ୍ରତି ନାଗରିକର ଅଧିକାରର ସୁରକ୍ଷା କରୁଛି । ଭାରତର ଗଣତନ୍ତ୍ର ଆହୁରି ସୁଦୃଢ ହେଉଛି ବୋଲି ସେ କହିଛନ୍ତି । ପ୍ରଧାନମନ୍ତ୍ର ଆଜି ଜାପାନର ଏବଂ ଭାରତୀୟ ବଂଶୋଦ୍ଭବ ଶିଳ୍ପପତିମାନଙ୍କୁ ଭେଟିଥିଲେ । ଏହି ଅବସରରେ ସେ ଭାରତରେ ପୁଞ୍ଜି ନିବେଶ ପାଇଁ ସେମାନଙ୍କୁ ଆହ୍ୱାନ ଦେଇଥିଲେ । ସୂଚନାଯୋଗ୍ୟ ଯେ, କ୍ୱାଡ୍‌ ହେଉଛି ୪ଟି ଦେଶ ଭାରତ, ଆମେରିକା, ଅଷ୍ଟ୍ରେଲିଆ ଓ ଜାପାନର ଏକ ମେଣ୍ଟ । କ୍ୱାଡ୍‌ ବୈଠକରେ ଭାରତର ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟତୀତ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ, ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଅନ୍‌ଥୋନୀ ଆଲବାନିଜ ଓ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିସିଡା ଯୋଗ ଦେବେ ।

hiranchal ad1
Leave A Reply

Your email address will not be published.

eighteen + eleven =