ଦୁର୍ଘଟଣାରେ ୧୬ ଯବାନଙ୍କ ମୃତ୍ୟୁ

0 29

ନୂଆଦିଲ୍ଲୀ: ଭାରତ-ଚୀନ ସୀମାରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରତୀୟ ସେନାର ଯବାନଙ୍କୁ ନେଇ ଯାଉଥିବା ଏକ ଗାଡି ଦୁର୍ଘଟଣାଗ୍ରସ୍ତ ହେବାରୁ ୧୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ ବେଙ୍ଗଲ ଆର୍ମି ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସକାଳ ପ୍ରାୟ ୮ଟା ବେଳେ ଉତ୍ତର ସିକିମର ଜେମା ନିକଟରେ ଏହି ଦୁର୍ଘଟଣା ଘଟିଛି । ଯବାନଙ୍କୁ ନେଇ ଘାଟି ରାସ୍ତାରେ ଯାଉଥିବା ଗାଡିଟି ଏକ ବୁଲାଣିରେ ଭାରସାମ୍ୟ ହରାଇ ପ୍ରାୟ ୧୦୦ ଫୁଟ୍‌ ତଳକୁ ଖସି ପଡିଥିଲା । ଗାଡିଟି ଚୁରମାର ହୋଇଯାଇଥିବା ବେଳେ ଘଟଣାସ୍ଥଳରେ ହିଁ ୧୬ ଜଣ ଯବାନଙ୍କ ମୃତ୍ୟୁ ଘଟିଥିଲା । ୪ ଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ଏୟାର ଲିଫ୍ଟ କରାଯାଇ ବେଙ୍ଗଲ ଆର୍ମି ହସ୍‌ପିଟାଲ୍‌କୁ ନିଆଯାଇଥିଲା । ଏହି ଘଟଣାକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ମୃତ ଯବାନଙ୍କ ପରିବାର ଲୋକଙ୍କୁ ସେ ସମବେଦନା ଜଣାଇବା ସହିତ ଗୁରୁତର ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

hiranchal ad1
Leave A Reply

Your email address will not be published.

three × two =