୧୫ ହଜାର ଲୋକଙ୍କ ସହ ଯୋଗ କଲେ ମୋଦି

0 52

ନୂଆଦିଲ୍ଲୀ: ‘ଯୋଗ ଆଜି ବିଶ୍ୱର ସ୍ୱାସ୍ଥ୍ୟକୁ ନୂଆ ବାଟ ଦେଖାଇଛି । ପୂର୍ବରୁ ଯାହା ଘର ଭିତରେ ସୀମିତ ଥିଲା,ଆଜି ତାହା ସାରା ବିଶ୍ୱରେ ପହଞ୍ଚିଛି । ଯୋଗ କୌଣସି ବ୍ୟକ୍ତି ପାଇଁ ନୁହେଁ,ସମଗ୍ର ମାନବ ଜାତି ପାଇଁ ଉଦ୍ଦିଷ୍ଟ । ଯୋଗ ଜୀବନର ଏକ ଅଂଶ ନୁହେଁ,ଏହା ଜୀବନଶୈଳୀ । ଯୋଗ କୋଟି କୋଟି ଲୋକଙ୍କ ମନରେ ଶାନ୍ତି ଆଣି ଦେଉଛି । ଏହା ଆମ ସମସ୍ତଙ୍କ ଭିତରେ ସଚେତନତା ସୃଷ୍ଟି କରୁଛି । ଯୋଗ ଦ୍ୱାରା ସମସ୍ତଙ୍କୁ ଏକସଙ୍ଗେ ଦେଶ ସହ ଯୋଡ଼ା ଯାଇପାରିବ । ଯୋଗ ବଳରେ ଆମେ ଆମର ସମସ୍ୟା ଦୂର କରିପାରିବା । ‘ମାନବତା ପାଇଁ ଯୋଗ’ର ବାର୍ତ୍ତାକୁ ଯୋଗ ମାଧ୍ୟମରେ ପ୍ରମାଣ କରିଛି ମାନବ ଜାତି । ଯୋଗ ହିଁ ଶରୀର,ମନ ଓ ଆତ୍ମା ଶୁଦ୍ଧିକରଣର ଅନନ୍ୟ ମାର୍ଗ । ଆଜି ଏହା ପ୍ରମାଣିତ ହୋଇଛି ।’ ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସମଗ୍ର ଦେଶବାସୀଙ୍କୁ ଏପରି ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ବିଶ୍ୱବ୍ୟାପୀ ଜୁନ୍‌ ୨୧ରେ ମହାସମାରୋହରେ ପାଳିତ ହୋଇଥାଏ ଏହି ଦିବସ । ଅନ୍ତର୍ଜାତୀୟ ଯୋଗ ଦିବସ ଲାଗି ସମଗ୍ର ଦେଶରେ ବ୍ୟାପକ ଆୟୋଜନ କରାଯାଇଛି । ଦେଶର ୭୫ଟି ପ୍ରମୁଖ ଐତିହ୍ୟ ସ୍ଥଳରେ ଯୋଗ ଓ ଆସନ ପ୍ରଦର୍ଶନ କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ଣ୍ଣାଟକର ମହିଶୁର ପ୍ୟାଲେସରେ ବିଶ୍ୱ ଯୋଗ ଦିବସ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ପ୍ରାୟ ୧୫ ହଜାର ଲୋକଙ୍କ ସହ ଯୋଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଯୋଗ ଏକ ଆଧ୍ୟାତ୍ମିକ ଅଭ୍ୟାସ, ଯାହା ଶାନ୍ତି, ଆତ୍ମବିଶ୍ୱାସ ଓ ସାହସକୁ ପ୍ରୋତ୍ସାହିତ କରେ । ଶରୀର, ମନ ଓ ମସ୍ତିଷ୍କକୁ ସକାରାତ୍ମକ ମାର୍ଗରେ ନିୟନ୍ତ୍ରଣ କରେ । ଏହି ବାର୍ତ୍ତାର ପ୍ରଚାର ପ୍ରସାର ଅନ୍ତର୍ଜାତୀୟ ଯୋଗ ଦିବସର ଲକ୍ଷ୍ୟ । ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିଥିବା ସ୍ୱୀକୃତି ନିମନ୍ତେ ଜାତିସଂଘକୁ କୃତଜ୍ଞତା ଜଣାଇଛନ୍ତି ପ୍ରଧାମନ୍ତ୍ରୀ ମୋଦି । ଚଳିତ ବର୍ଷ ଯୋଗଦିବସ କାର୍ଯ୍ୟକ୍ରମରେ ବିଶ୍ୱର ପ୍ରାୟ ୮୦ଟି ଦେଶ ସାମିଲ ହୋଇଛନ୍ତି ।

hiranchal ad1
Leave A Reply

Your email address will not be published.

one × two =