ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ୨୦ ମୃତ

0 131

ନୂଆଦିଲ୍ଲୀ : ରାଜଧାନୀର ଦିଲ୍ଲୀର ମୁଣ୍ଡକା ମେଟ୍ରୋ ଷ୍ଟେସନ ନିକଟରେ ଥିବା ଏକ ବାଣିଜିକ ବହୁତଳ ବିଶିଷ୍ଟ କୋଠାରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟି ଅତି କମରେ ୨୦ଜଣ ଲୋକ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ୪୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଅଧିକାଂଶ ଅବସ୍ଥା ଅତି ସଂକଟାପନ୍ନ । ସେମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଧିକ ଲୋକଙ୍କ ଅବସ୍ଥା ସଂକଟପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ରହିଛି ।

ଏହି ଘଟଣାରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ସମେତ ବହୁ ମନ୍ତ୍ରୀ ଓ ସାଂସଦ ଗଭୀର ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ସମବେଦନା ଜଣାଇଛନ୍ତି ।

hiring

ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ । ଅଗ୍ନିଶମ ବାହିନୀ ଏବଂ ଅନ୍ୟାନ୍ୟ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଯୁଦ୍ଧକାଳୀନ ଭିତ୍ତିରେ ଅଗ୍ନିକୁ ଆୟତ୍ତ କରିବା ପାଇଁ ଉଦ୍ୟମ କରିଥିଲେ । ଅଗ୍ନିଶମ ବିଭାଗ ଅଧିକାରୀଙ୍କ କହିବା ଅନୁସାରେ ଆଜି ଅପରାହ୍ନ ୪ଟା ୪୦ ମିନିଟରେ ଏହି ଖବର ସେମାନଙ୍କ ନିକଟକୁ ଆସିଥିଲା । ଏହାପରେ ଘଟଣାସ୍ଥଳରେ୨୦ଟି ଦମକଳ ସେଠାରେ ପହଞ୍ଚି ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ ।

ପ୍ରାଥମିକ ତଦନ୍ତରୁ ଜଣାପଡିଛି ଏହି କୋଠାକୁ ସାଧାରଣତଃ ବିଭିନ୍ନ ଅଫିସ ପାଇଁ କମ୍ପାନୀମାନଙ୍କୁ ଭଡା ଦିଆଯାଇଥାଏ । ଡେପୁଟି କମିଶନର ସମୀର ଶର୍ମା ଘଟଣା ସ୍ଥଳରେ ଉପସ୍ଥିତ ରହି ତଦନ୍ତ କରୁଛନ୍ତି ।

hiranchal ad1
Leave A Reply

Your email address will not be published.

nine + 12 =