ଦେଶରେ ଉପରମୁହାଁ କୋରୋନା ସଂକ୍ରମଣ

0 76

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ରହିଛି କୋରୋନା ସଂକ୍ରମଣ । କିଛି ଦିନ ହେବ ସଂକ୍ରମଣ ୧୫ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ୍ ୧୭,୦୭୦ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି  । ଆଜି ୨୩ ଜଣଙ୍କ ଜୀବନ ନେଇଛି ମହାମାରୀ ।

hiring

ଏଯାବତ ଦେଶରେ ୫ ଲକ୍ଷ୨୫ ହଜାର ୧୩୯ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଲକ୍ଷେ ହୋଇଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୦୭୧୮୯କୁ ବୃଦ୍ଧି ପାଇଛି । ଦେଶର ଦୈନିକ ପଜିଟିଭ ରେଟ୍ ୩.୪୦%ରେ ପହଞ୍ଚିଛି । ଏଯାବତ୍ ୪ କୋଟି ୮୩ ଲକ୍ଷ ୬୯ହଜାର ୦୬ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି । ଦେଶବ୍ୟାପୀ ସମୁଦାୟ ୧୯୭ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଲକ୍ଷରୁ ଅଧିକ ଲୋକେ ଟିକା ନେଇଛନ୍ତି ।

hiranchal ad1
Leave A Reply

Your email address will not be published.

3 × one =