ଆସନ୍ତା ୧୫ରେ ଆଣ୍ଡାମାନ ଛୁଇଁବ ମୌସୁମୀ ବାୟୁ

0 69

ନୂଆଦିଲ୍ଲୀ : ଅସହ୍ୟ ଗରମ ଓ ଗୁଳୁଗୁଳିରେ ଛଟପଟ ହେଉଥିବା ଦେଶବାସୀଙ୍କ ପାଇଁ ଏକ ଖୁସି ଖବର ଦେଇଛି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) । ଏଥର ମୌସୁମୀ ବହୁତ ଆଗୁଆ ଆସିବ । ଆସନ୍ତା ୧୫ ତାରିଖରେ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ପହଞ୍ଚିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏହାର ପ୍ରଭାବରେ ଏହି ଦ୍ୱୀପପୁଞ୍ଜରେ ପ୍ରବଳ ବର୍ଷା ଆରମ୍ଭ ହେବ । ଭାରତୀୟ ପାଣିପାଗ ବିଭାଗ କହିଛି ଯେ ମୌସୁମୀ ଛୁଇଁବାର ପରବର୍ତ୍ତୀ ୫ ଦିନ ଆଣ୍ଡାମାନ ଓ ନିକୋବରରେ ପ୍ରବଳ ବର୍ଷା ଲାଗି ରହିବ । ସ୍ୱାଭାବିକ ଭାବେ ମୌସୁମୀ ପ୍ରତିବର୍ଷ ମେ ୧୫ରୁ ୧୮ ମଧ୍ୟରେ ଆଣ୍ଡାମାନ ଛୁଇଁଥାଏ । ଏଣୁ ଏଥର ଠିକ ସମୟରେ ଆସିବାକୁ ଯାଉଛି ମୌସୁମୀ । ଆଣ୍ଡାମାନ ଛୁଇଁବାର ୧୫ ଦିନ ପରେ ଅର୍ଥାତ ଜୁନ ୧ରେ ମୌସୁମୀ କେରଳ ଛୁଇଁଥାଏ । ଏଣୁ ଏଥର ବି ଜୁନ ୧ରେ ମୌସୁମୀ କେରଳ ଛୁଇଁବାର ସମ୍ଭାବନା ରହିଛି । ମୌସୁମୀ କେରଳ ଛୁଇଁବାର ୧୦ରୁ ୧୨ ଦିନ ମଧ୍ୟରେ ଓଡ଼ିଶାରେ ପହଞ୍ଚିଥାଏ । ଠିକ ସମୟରେ ମୌସୁମୀ ଆସିବା ଦେଶ ପାଇଁ ଏକ ସୁସମ୍ବାଦ ବୋଲି କୁହାଯାଉଛି । କାରଣ ଦେଶର କୃଷି ଉତ୍ପାଦନ ଓ ସାମଗ୍ରିକ ଭାବେ ଅର୍ଥନୀତି ଉପରେ ମୌସୁମୀ ବାୟୁର ସବୁଠାରୁ ଅଧିକ ପ୍ରଭାବ ରହିଛି । ଦେଶର ଅଧିକାଂଶ କୃଷି ଅଂଚଳ ମୌସୁମୀ ଉପରେ ନିର୍ଭରଶୀଳ ହୋଇଥିବାରୁ ଠିକ ସମୟରେ ମୌସୁମୀ ଆସିଲେ ତାହା ଦେଶର କୃଷି ଉତ୍ପାଦନରେ ସହାୟକ ହେବ ।

hiranchal ad1
Leave A Reply

Your email address will not be published.

one × 4 =