ରାନିଲ ବିକ୍ରମସିଂଘେ ଶ୍ରୀଲଙ୍କାର ନୂଆ ପ୍ରଧାନମନ୍ତ୍ରୀ

0 38

କଲମ୍ବୋ : ଶ୍ରୀଲଙ୍କାରେ ଭୟଙ୍କର ହିଂସାଲାଗି ରହିଥିବାବେଳେ ଆଜି ଦେଶର ନୂଆ ପ୍ରଧାନମନ୍ତ୍ରୀଭାବେ ରାନିଲ ବିକ୍ରମସିଂଘେ ଶପଥ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ଗୋଟବାୟା ରାଜପକ୍ଷ ଓ ରାନିଲଙ୍କ ମଧ୍ୟରେ ଅନୁଷ୍ଠିତ ଏକ ରୁଦ୍ଧଦ୍ୱାର ବୈଠକ ପରେ ତାଙ୍କୁ ପ୍ରଧାନମନ୍ତ୍ରୀ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ରାନିଲ ପୂର୍ବରୁ ୪ ଥର ପ୍ରଧାନମନ୍ତ୍ରୀ ରହିଥିବାରୁ ତାଙ୍କର ଏ କ୍ଷେତ୍ରରେ ଗଭୀର ଅଭିଜ୍ଞତା ରହିଛି । ୨୦୧୮ ମସିହାରେ ତତକାଳୀନ ରାଷ୍ଟ୍ରପତି ମୈତ୍ରିପାଳ ସିରିସେନା ତାଙ୍କୁ ପ୍ରଧାନମନ୍ତ୍ରୀ ପଦରୁ ବହିଷ୍କାର କରିଥିଲେ । ତେବେ ଏହି ଘଟଣାର ୨ ମାସ ପରେ ତାଙ୍କୁ ପୁଣି ପ୍ରଧାନମନ୍ତ୍ରୀ ପଦରେ ଅଧିଷ୍ଠିତ କରାଯାଇଥିଲା । ଶ୍ରୀଲଙ୍କା ସଂସଦରେ ରାନିଲଙ୍କ ଦଳର ମାତ୍ର ଗୋଟିଏ ଆସନ ଥିଲେ ବି ବିରୋଧି ଦଳମାନେ ତାଙ୍କୁ ସମର୍ଥନ ଜ୍ଞାପନ କରିଥିବାରୁ ସେ ପ୍ରଧାନମନ୍ତ୍ରୀ ହୋଇପାରିଛନ୍ତି । ମୁଖ୍ୟ ବିରୋଧୀ ଦଳ ସମାଗି ଜନ ବଲୱେଗୟା ଓ ଆଉ କେତେକ ବିରୋଧୀ ଦଳ ତାଙ୍କୁ ସମର୍ଥନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ହେବାପରେ ରନିଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପକ୍ଷ ।

hiranchal ad1
Leave A Reply

Your email address will not be published.

sixteen − 6 =