ବଜେଟ ଉପସ୍ଥାପନ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରମଣ, ରେଳ ପାଇଁ ୨.୪୦ ଲକ୍ଷ କୋଟି ଘୋଷଣା

0 70

ନୂଆଦିଲ୍ଲୀ: ସବୁ କଳ୍ପନାଜଳ୍ପନାର ଅନ୍ତଃ ଘଟିଛି । ବୁଧବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ସଂସଦରେ ଦିନ ୧୧ଟା ବେଳେ ବଜେଟ ଉପସ୍ଥାପନ କରିଛନ୍ତି । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏହା ମୋଦୀ ସରକାରଙ୍କ ଶେଷ ତଥା ପୂର୍ଣ୍ଣାଙ୍ଗ ବଜେଟ । 
ତେବେ ଚଳିତ ବଜେଟରେ ବଜେଟରେ ରେଳ ପାଇଁ ୨.୪୦ ଲକ୍ଷ କୋଟି ଘୋଷଣା କରାଯାଇଛି ।  ସେହିପରି କ୍ୟାପିଟାଲ ଇନଭେଷ୍ଟମେଣ୍ଟ ୧୦ ଲକ୍ଷ କୋଟିକୁ ବୃଦ୍ଧି ଘୋଷଣା କରାଯାଇଛି ।  ଭିତ୍ତିଭୂମି ପାଇଁ ରାଜ୍ୟମାନଙ୍କୁ ସୁଧମୁକ୍ତ ଋଣ ଆଉ ବର୍ଷକ ପାଇଁ ବୃଦ୍ଧି କରାଯାଇଛି ।  ସହରାଞ୍ଚଳ ବିକାଶ ପାଇଁ ଅର୍ବାନ ଇନଫ୍ରା ଫଣ୍ଡର ଘୋଷଣା କରାଯାଇଛି । ଅର୍ବାନ ଇନଫ୍ରା ଫଣ୍ଡ ପାଇଁ ୧୦ ହଜାର କୋଟିର ବ୍ୟବସ୍ଥା କରାଯାଇଛି । ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ପାଇଁ ୩ଟି ସେଣ୍ଟର ଅଫ ଏକ୍ସଲେନ୍ସ ପ୍ରତିଷ୍ଠା ହେବ । ୫୦ଟି ନୂଆ ଏୟାରପୋର୍ଟ, ହେଲି ପ୍ୟାଡ ପ୍ରତିଷ୍ଠା କରାଯିବ ।  କେୱାଇସି ବ୍ୟବସ୍ଥାକୁ ଅଧିକ ସରଳୀକରଣ କରାଯିବ ।
ମତ୍ସ୍ୟଚାଷକୁ ଅଧିକ ପ୍ରୋତ୍ସାହନ ପାଇଁ ୬ ହଜାର କୋଟି ବ୍ୟବସ୍ଥା କରାଯାଇଥିବା ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି ।  ସେହିପରି ୧୫୭ ମେଡିକାଲ କଲେଜରେ ୧୫୭ ନର୍ସିଂ କଲେଜ ସ୍ଥାପନ ହେବ ।  ଶିକ୍ଷକମାନଙ୍କୁ ଗୁଣାତ୍ମକ ଶିକ୍ଷା ନେଇ ଟ୍ରେନିଂ ଦିଆଯିବ ।  ଶିଶୁ ଓ କିଶୋରମାନଙ୍କ ପାଇଁ ନ୍ୟାସନାଲ ଡିଜିଟାଲ ଲାଇବ୍ରେରୀ ହେବ ।  ଆକାକ୍ଷୀଂ ଜିଲ୍ଲା ଭଳି ୫୦୦ ବ୍ଲକ ହେବ ଆକାକ୍ଷୀଂ ବ୍ଲକ ।  ପ୍ରଧାନମନ୍ତ୍ରୀ ଅବଲୁପ୍ତପ୍ରାୟ ଜନଜାତି ଉନ୍ନୟନ ମିଶନ ଆରମ୍ଭ ହେବ ।  ମିଶନ ପାଇଁ ୩ ବଷୟରେ ୧୫ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ।  ଏକଲବ୍ୟ ସ୍କୁଲ ପାଇଁ ୩୮,୮୦୦ ନୂଆ ଶିକ୍ଷକଙ୍କୁ ନିଯୁକ୍ତି ମିଳିବ ।  ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୭୯ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ।
ସେହିପରି  ମିଲେଟକୁ ପ୍ରୋତ୍ସାହନ ପାଇଁ ନାମକରଣ ହେଲା ‘ଶ୍ରୀଅନ୍ନ’  ।‘ଶ୍ରୀଅନ୍ନ’ ଉପôାଦନ କ୍ଷେତ୍ରରେ ଭାରତ ନଂ୧ ଓ ରପ୍ତାନୀରେ ୨ ନଂ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । କୃଷି ଋଣ ଓ ପ୍ରୋତ୍ସାହନ ପାଇଁ ୨୦ ଲକ୍ଷ କୋଟି ବ୍ୟବସ୍ଥା ରହିବ ବୋଲି ଅର୍ଥମନ୍ତ୍ରୀ ନିଜର ବଜେଟ ଅଭିଭାଷଣରେ କହିଛନ୍ତି । 
ଏହାଛଡ଼ା ସେ କହିଛନ୍ତି ଯେ ଚାଷୀ, ମହିଳା, ଓବିସି, ଏସସି/ଏସଟି, ବଞ୍ଚିତ ସମସ୍ତଙ୍କ ବିକାଶ ପାଇଁ ଏହି ବଜେଟ । ଆଗ୍ରି ଷ୍ଟାର୍ଟଅପ ପ୍ରୋତ୍ସାହନ ପାଇଁ ଆଗ୍ରି  ଆକ୍ସିଲେରେଟର ଫଣ୍ଡ ବ୍ୟବସ୍ଥା ରହିଛି ।  ଆତ୍ମନିର୍ଭର କ୍ଲିନ ପ୍ଲାଣ୍ଟ ପ୍ରୋଗ୍ରାମ ଆରମ୍ଭ ନେଇ ମଧ୍ୟ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି ।
ମତ୍ସ୍ୟଚାଷୀଙ୍କୁ ଅଧିକ ପ୍ରାଥମିକତା ଓ ପ୍ରୋତ୍ସାହନ ଦିଆଯିବ ବୋଲି ସେ ଘୋଷଣା କରିଛନ୍ତି ।  
 ସରକାରଙ୍କ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ ମହାମାରୀର ସଫଳ ଏବଂ ଦୃଢତାରର ମୁକାବିଲା କରାଯାଇଛି ।  ସାରା ଦେଶରେ ଟିକାକରଣ ପ୍ରୋଆକ୍ଟିଭ ମୋଡରେ କରାଯାଇଛି ।  ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ମାଗଣା ରାସନ ଦିଆଯାଇଛି । 
ମୁଣ୍ଡପିଛା ଆୟ ଦ୍ୱିଗୁଣିତ ହୋଇ ୧.୯୭ ଲକ୍ଷରେ ପହଞ୍ଚି ପାରିଛି ।  ସାରା ବିଶ୍ୱରେ ଭାରତ ପଞ୍ଚମ ବୃହତ୍ତମ ଅର୍ଥନୀତି ହୋଇପାରିଛି ।  ୧୨୦ କୋଟି ଲୋକଙ୍କୁ ୨୨୦ କୋଟି ଡୋଜ ଟିକା ଦିଆଯାଇଛି ।  ୯.୬ କୋଟି ଏଲପିଜି କନେକ୍ସନ ଦିଆଯାଇଛି ।  ୪୭ କୋଟି ପ୍ରଧାନମନ୍ତ୍ରୀ ଜନଧନ ଆକାଉଣ୍ଟ ଖୋଲା ଯାଇଛି 

hiranchal ad1
Leave A Reply

Your email address will not be published.

two + eleven =