ନୂଆଦିଲ୍ଲୀ : ନାମାଙ୍କନ ଦାଖଲ କଲେ ଇଣ୍ଡିମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡି । ନାମାଙ୍କନ ଦାଖଲର ଶେଷ ଦିନରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । କଂଗ୍ରେସ ସାଂସଦ ପ୍ରସ୍ତାବକ ରହିଥିଲେ । ଏହା ସହ ଇଣ୍ଡି ମେଣ୍ଟର ଅନ୍ୟ ସାଂସଦମାନେ ମଧ୍ୟ ପ୍ରସ୍ତାବକ ରହିଥିଲେ । ସୋନିଆ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡ୍ଗେଙ୍କ ସମେତ ଅନେକ ବରିଷ୍ଠ ନେତା ନାମାଙ୍କନ ବେଳେ ଉପସ୍ଥିତ ଥିଲେ । ଇଣ୍ଡିମେଣ୍ଟ ପକ୍ଷରୁ ସୁପ୍ରିମ୍କୋର୍ଟର ପୂର୍ବତନ ବିଚାରପତି ସୁଦର୍ଶନ ରେଡ୍ଡୀଙ୍କୁ ପ୍ରାର୍ଥୀ କରାଯାଇଛି ।
