ଭୁବନେଶ୍ୱର: ଆଜି ଘୋଷଣା ହୋଇଛି ୨୦୨୧ ବର୍ଷ ପାଇଁ ସମ୍ମାନଜନକ ପଦ୍ମ ପୁରସ୍କାର। ଏଥିରେ ଓଡ଼ିଶାରୁ ୬ ଜଣ ଅଛନ୍ତି। ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ପ୍ରତିଭା ରାୟଙ୍କୁ ମିଳିବ ପଦ୍ମଭୂଷଣ ସମ୍ମାନ। ପାରା ଆଥଲେଟ୍ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ମାନ। ସମାଜସେବା ପାଇଁ ଶିଶୁ ଅନନ୍ତ ମଠର ମହନ୍ତ ମହାରାଜ ଶ୍ରୀମଦ୍ ବାବା ବଳିଆଙ୍କୁ ପଦ୍ମଶ୍ରୀ ସମ୍ମାନ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ପାଇଁ ଆଦିତ୍ୟ ପ୍ରସାଦ ଦାଶଙ୍କୁ ପଦ୍ମଶ୍ରୀ, କଳା କ୍ଷେତ୍ରରେ ଅବଦାନ ପାଇଁ ଶ୍ୟାମାମଣୀ ଦେବୀଙ୍କୁ ପଦ୍ମଶ୍ରୀ, ସାହିତ୍ୟ ଓ ଶିକ୍ଷା ପାଇଁ ନରସିଂହ ପ୍ରସାଦ ଗୁରୁଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯିବ।