ଉଦ୍ଧବଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା : ଗୁରୁବାର ହେବ ଆସ୍ଥା ଭୋଟ

0 43

ନୂଆଦିଲ୍ଲୀ : ଗୁରୁବାରଦିନ ମହାରାଷ୍ଟ୍ର ବିଧାନସଭାରେ ଉଦ୍ଧବ ସରକାରଙ୍କ ବିରୋଧରେ ଆସ୍ଥା ଭୋଟ ଅନୁଷ୍ଠିତ ହେବ । ଏ ନେଇ ମହାରାଷ୍ଟ୍ର ରାଜ୍ୟପାଳ ଦେଇଥିବା ନିର୍ଦ୍ଦେଶ ଉପରେ କୌଣସି ପ୍ରକାର ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି ସୁପ୍ରିମକୋର୍ଟ । ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଜେବି ପାର୍ଡିଓ୍ବାଲାଙ୍କୁ ନେଇ ଗଠିତ ଅବସରକାଳୀନ ବେଞ୍ଚ୍ ଏହି ରାୟ ଶୁଣାଇଛନ୍ତି । ସୁପ୍ରିମକୋର୍ଟଙ୍କ ଏହି ନିର୍ଦ୍ଦେଶ ଉଦ୍ଧବ ସରକାରଙ୍କ ପାଇଁ ଏକ ବଡ଼ ଝଟକା ବୋଲି କୁହାଯାଉଛି । ଶିବସେନାର ବିଦ୍ରୋହୀ ଗୋଷ୍ଠୀଙ୍କ ପାଖରେ ୩୯ ବିଧାୟକଙ୍କ ସମର୍ଥନ ଥିବାବେଳେ ଉଦ୍ଧବଙ୍କ ପାଖରେ ମାତ୍ର ୧୪ ଜଣଙ୍କ ସମର୍ଥନ ରହିଛି । ଏଣୁ ଆସନ୍ତାକାଲି ଉଦ୍ଧବ ସରକାରର ପତନ ହେବାର ସମ୍ଭାବନା ରହିଛି । ଅନ୍ୟପକ୍ଷରେ ବିଜେପି ପାଇଁ ଏହା ଏକ ବରଦାନ ସଦୃଶ ହୋଇଛି ।

hiranchal ad1
Leave A Reply

Your email address will not be published.

4 − two =