ଦେଶରେ ୪୫ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

0 79

ନୂଆଦିଲ୍ଲୀ: କରୋନା ସଂକ୍ରମଣ ସାଙ୍ଗକୁ ମୃତ୍ୟୁ ସଂଖ୍ୟା ମଧ୍ୟ ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟାରେ ୮୭୧ କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି । ଏଥିସହିତ ମୋଟ ମୃତ୍ୟୁସଂଖ୍ୟା ୪୫ ହଜାର ୨୫୭ରେ ପହଞ୍ଚିଛି । ସେହିପରି, ଦିନକରେ ଆଉ ୫୩ ହଜାର ୬୦୧ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ ଲକ୍ଷ ୬୮ ହଜାରକୁ ବୃଦ୍ଧି ପାଇଛି । ତେବେ ସୁସ୍ଥ ହେଉଥିବା ବ୍ୟକ୍ତିଙ୍କ ସଂଖ୍ୟା ମଧ୍ୟ ବଢ଼ୁଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୨୨,୬୮,୬୭୫ ରେ ପହଞ୍ଚିଛି । ଏହା ମଧ୍ୟରୁ ୬୩୯୯୨୯ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୪୫୨୫୭ ଅନ୍ତର୍ଭୁକ୍ତ । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୧୫,୮୩୪୮୯ ରେ ପହଞ୍ଚିଛି । ତେବେ ସବୁଠାରୁ ଚିନ୍ତାଜନକ ବିଷୟ ହେଉଛି ଗତ ୨୪ ଘଣ୍ଟାରେ ଭାରତରେ ୫୩,୬୦୧ ରୁ ଅଧିକ ନୂଆ ମାମଲା ସାମନାକୁ ଆସିଛି ଓ ୮୭୧ ଜଣ ମୃତ୍ୟୁବରଣ କରିଛନ୍ତି । ଦେଶର ମୃତ୍ୟୁହାର ୨ ପ୍ରତିଶତ ରହିଥିବାବେଳେ ଆରୋଗ୍ୟ ହାର ୭୦ ପ୍ରତିଶତ ଛୁଇଁଛି । ସବୁଠାରୁ ଅଧିକ ମାମଲା ମହାରାଷ୍ଟ୍ରରେ ଜଣାପଡିଥିବାବେଳେ ତା’ତଳକୁ ରହିଛି ତାମିଲନାଡୁ ଓ ଦିଲ୍ଲୀ ।
ଅନ୍ୟପକ୍ଷରେ ସାରା ବିଶ୍ୱରେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୨ କୋଟି ଓ ମୃତ୍ୟୁସଂଖ୍ୟା ୭.୩୪ ଲକ୍ଷ ଟପିଯାଇଛି । ଆମେରିକାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୦ ଲକ୍ଷ ଟପିଯାଇଛି । ଆମେରିକା ତଳକୁ ବ୍ରାଜିଲ ଓ ଭାରତ ରହିଛନ୍ତି । କରୋନାର ଉତ୍ପତ୍ତିସ୍ଥଳ ଚୀନରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪ଟି ନୂଆ ମାମଲା ଦେଖାଦେଇଛି ।

hiranchal ad1
Leave A Reply

Your email address will not be published.

fourteen − 4 =